Posted inଜାତୀୟ

ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …

ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍‌ଲିୟା ଅଞ୍ଚଳର ଦଓ୍ବୋସରେ ଘଟିଛି। ମଙ୍ଗଳବାର ଦିନେଶ ମାଳି ଅପରାହ୍ନରେ ଘରକୁ ଖାଇବାକୁ ଆସିଥିଲେ। ଖାଦ୍ୟ ପ୍ରସ୍ତୁତ ହୋଇ ଥିଲେ ହେଁ ସ୍ତ୍ରୀ ଯଶୋଦା ଅନ୍ୟ କାମରେ ବ୍ୟସ୍ତ ଥିବା ବେଳେ ଟିକେ ଅପେକ୍ଷା କରିବାକୁ ଦିନେଶଙ୍କୁ କହିଥିଲେ। ମାତ୍ର ଏତିକି କଥାରେ ଉତ୍ତ୍ୟକ୍ତ ହୋଇପଡ଼ିଥିଲେ ସ୍ବାମୀ। ଏହାପରେ ଲଣ୍ଡ୍ରି ବ୍ୟାଟ୍‌(ଲଗୁା ସଫାରେ ବ୍ୟବହୃତ ବ୍ୟାଟ୍‌)ରେ ସ୍ତ୍ରୀଙ୍କୁ ପିଟିଥିଲେ। ସେଥିରେ ତାଙ୍କ ମନ ଭରି ନ ଥିଲା ଯେ, ମାଡ଼ ଖାଇ ଆହତ ଅବସ୍ଥାରେ ଥିବା ସ୍ତ୍ରୀଙ୍କୁ କୂଅରେ ନେଇ ପକାଇ ଦେଇଥିଲେ। ଘରେ ଥିବା ତାଙ୍କ ଝିଅ ନିକିତା ଏହାର ପ୍ରତିବାଦ କରିଥିଲେ ହେଁ ଦିନେଶ କାହାରି କଥା ଶୁଣି ନ ଥିଲେ। ଘଟଣା ପରେ ଝିଅ ନିକିତା ଏ କଥା ତାଙ୍କ ସମ୍ପର୍କୀୟଙ୍କୁ କହିଥିଲେ। ପୋଲିସ ଘଟଣା ସମ୍ପର୍କରେ ଜାଣିବା ପରେ ସେଠାରେ ପହଞ୍ଚି କୂଅରୁ ଯଶୋଦାଙ୍କ ମୃତଦେହ ଜବତ କରିଥିଲା। ବ୍ୟବଚ୍ଛେଦ ପାଇଁ ମୃତଦେହକୁ ସ୍ଥାନୀୟ ଡାକ୍ତରଖାନାକୁ ପଠାଇ ଦିଆଯାଇଛି। ଦିନେଶଙ୍କ ବିରୋଧରେ ଆଇପିସି ଧାରା ୩୦୨, ୨୯୪,୩୨୩ ଏବଂ ୨୦୧ ଅନ୍ତର୍ଗତ ମାମଲା ରୁଜୁ କରିବା ପରେ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri