ମହଙ୍ଗା ପଡ଼ିଲା ଜମି ମାଲିକଙ୍କୁ ଲାଞ୍ଚ ମାଗିବା, ଏତିକି ବର୍ଷ କାରାଦଣ୍ଡ ସହ ଜରିମାନା ରହିଛି…

ବରଗଡ଼,୩ା୧୨(ପ୍ରେମାନନ୍ଦ ଖମାରୀ): ଜମି ଅଧିଗ୍ରହଣ ବାବଦକୁ କ୍ଷତିପୂରଣ ପ୍ରଦାନରେ ଜଣେ ଜମି ମାଲିକଙ୍କଠାରୁ ଲାଞ୍ଚ ନେବା ବରଗଡ଼ ଅଶୋକା ବିଲ୍ଡକନର ଲିଆସୋନିଙ୍ଗ ଆସିଷ୍ଟାଣ୍ଟ ଶାନ୍ତନୁ ନାଏକଙ୍କୁ ମହଙ୍ଗା ପଡ଼ିଛି। ବରଗଡ଼ ଭିଜିଲାନ୍ସ କୋର୍ଟରେ ସ୍ବତନ୍ତ୍ର ବିଚାରପତି ବୁଧବାର ଏହି ଲାଞ୍ଚ ମାମଲାର ବିଚାର କରି ଲିଆସୋନିଙ୍ଗ ଆସିଷ୍ଟାଣ୍ଟ ନାଏକଙ୍କୁ ୩ବର୍ଷ କାରାଦଣ୍ଡାଦେଶ ଏବଂ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି।

ପ୍ରକାଶ ଥାଉକି, ଅଶୋକା ବିଲ୍ଡକନ ଏକ ରାସ୍ତା ନିର୍ମାଣକାରୀ ସଂସ୍ଥା। ଏହି ସଂସ୍ଥା ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟିଠାରୁ ସମ୍ବଲପୁର ଜିଲା ଅଇଁଠାପାଲି ପର୍ଯ୍ୟନ୍ତ ୮୮କି.ମି ଫୋରଲେନ ରାସ୍ତା ନିର୍ମାଣ କରିଛି। ତେବେ ଏହି ରାସ୍ତା ନିର୍ମାଣ ସମୟରେ ଜମି ଅଧିଗ୍ରହଣ ହୋଇଥିଲା ଏବଂ ସେହି ସମୟରେ ଲିଆସୋନିଙ୍ଗ ଆସିଷ୍ଟାଣ୍ଟ୍‌ ନାଏକ ଜଣେ ଜମି ମାଲିକଙ୍କୁ କ୍ଷତିପୂରଣ ଯୋଗାଇବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରାପଡ଼ିଥିଲେ। ତାଙ୍କ ବିରୋଧରେ ବରଗଡ଼ ଭିଜିଲାନ୍ସ କୋର୍ଟରେ ମାମଲା ଚାଲିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri