ନ୍ୟାୟ ମାଗିଲେ ଛେଳିଆ କ୍ଷତିଗ୍ରସ୍ତ

କଣିହାଁ, ୮।୫(ଡି.ଏନ୍‌.ଏ.): ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଦ୍ୱାରା କ୍ଷତିଗ୍ରସ୍ତ ଅନୁଗୋଳ ଜିଲା କଣିହାଁ ବ୍ଲକର ଛେଳିଆ ଗ୍ରାମବାସୀ ହକ୍‌ର ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ନ୍ୟାଯ୍ୟ ଦାବିରେ ଶନିବାର ସକାଳ ୬ଟାରୁ ସେମାନେ ଏମ୍‌ସିଏଲ୍‌ କଣିହାଁ ଟାଇମ୍‌ ଅଫିସ୍‌ ସମ୍ମୁଖରେ ସମୂହ ଧାରଣାରେ ବସିଥିଲେ। କ୍ଷତିଗ୍ରସ୍ତଙ୍କ ଦାବିକୁ ସମର୍ଥନ ଜଣାଇ ସେମାନଙ୍କ ସହ ସାମିଲ ହୋଇଥିଲେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଜିଲା ପରିଷଦ ସଭ୍ୟ ରଞ୍ଜନ ସାହୁ, ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ, ଉପାଧ୍ୟକ୍ଷା ଜୟନ୍ତୀ ପ୍ରଧାନ, ସରପଞ୍ଚ ଶାନ୍ତନୁ ପ୍ରଧାନ, ସମିତିସଭ୍ୟ କିଶୋରୀ ବେହେରା। ଅନ୍ୟପଟେ ୫ ମାସ ମଧ୍ୟରେ ଦାବି ପୂରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ଖଣି କର୍ତ୍ତୃପକ୍ଷଙ୍କ ନିକଟରୁ ପ୍ରତିଶ୍ରୁତି ମିଳିବା ପରେ ଆନ୍ଦୋଳନକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି। ଧାର୍ଯ୍ୟ ସମୟସୀମା ମଧ୍ୟରେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
କ୍ଷତିଗ୍ରସ୍ତଙ୍କ କହିବା କଥା, ଏମ୍‌ସିଏଲ୍‌ ପକ୍ଷରୁ ୨୦୦୬ରୁ ଛେଳିଆ ଗ୍ରାମ ଇଲାକାରେ ଜମି ଅଧିଗ୍ରହଣ ଶେଷ ହୋଇଛି। କ୍ଷତିଗ୍ରସ୍ତ ପ୍ରଜାଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ମୂଲ୍ୟ ଧାର୍ଯ୍ୟ କରି ୨୦୧୮ ମାର୍ଚ୍ଚ ୧୫ ସୁଦ୍ଧା ପ୍ରଦାନ ସହ ନିଯୁକ୍ତି ଦେବାକୁ ଖଣି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲା। ଇତିମଧ୍ୟରେ ଦୀର୍ଘ ୪ବର୍ଷ ବିତିଯାଇଥିଲେ ମଧ୍ୟ ଏହାକୁ ପୂରଣ କରିବାରେ ଏମ୍‌ସିଏଲ୍‌ ଟାଳଟୁଳ ନୀତି ଅବଲମ୍ବନ କରୁଛି। ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ହୋଇଛି। ଖଣି କର୍ତ୍ତୃପକ୍ଷ ଚାକିରି ପ୍ରଦାନରେ ଅହେତୁକ ବିଳମ୍ବ କରୁଥିବାରୁ ଅନଶନ ପନ୍ଥା ଆପଣାଇବାକୁ ବାଧ୍ୟ ହୋଇଥିବା ଗ୍ରାମ ସଭାପତି ମାଗୁଣି ପ୍ରଧାନ, ସମ୍ପାଦକ ପ୍ରଫୁଲ୍ଲ ବେହେରା କହିଛନ୍ତି।
ଅନ୍ୟପଟେ ଶନିବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନ, ଜନପ୍ରତିନିଧି, କ୍ଷତିଗ୍ରସ୍ତ ପ୍ରଜା ଏବଂ ଖଣି କର୍ତ୍ତୃପକ୍ଷଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ୫ମାସ ମଧ୍ୟରେ ଖଣି କର୍ତ୍ତୃପକ୍ଷ ଛେଳିଆ ଗ୍ରାମବାସୀଙ୍କ ଦାବି ପୂରଣ ଦିଗରେ ପଦକ୍ଷେପ ନେବେ ବୋଲି ନିଷ୍ପତ୍ତି ହୋଇଛି। ଏହାପରେ କୋଇଲା ଖଣିରେ ଚାଲିଥିବା ଆମରଣ ଅନଶନକୁ ସ୍ଥଗିତ ରଖାଯାଇଛି। ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଏମ୍‌ପି ମହେଶ ସାହୁ, ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ସମେତ ଖଣିର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri