ଫରେଷ୍ଟ ଅଫିସର ଭାବେ ଚାକିରି କରାଇ ଦେବାକୁ କହି…

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ଥାନା ପୋଲିସ ଚାକିରି ଆଳରେ ଠକେଇ କରୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ, ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଡଙ୍ଗରପଡ଼ା ଗ୍ରାମର ଗୌର ବାରିକ(୩୦)। ତାଙ୍କ ବିରୋଧରେ ଭଟଲି ଥାନାରେ ଏକ ମାମଲା (ନଂ. ୨୩୯/୨୪) ରୁଜୁ ହୋଇଛି। ଶନିବାର ତାଙ୍କୁ ବରଗଡ଼ କୋର୍ଟକୁ ଚାଲାଣ କରାଯାଇଛି। ଅଭିଯୁକ୍ତଙ୍କ ପାଖରୁ ଗୋଟିଏ ବାଇକ୍‌ ନଂ. ଓଡ଼ି୩୧ଇ ୧୬୫୬, ଏଟିଏମ କାର୍ଡ଼, ନଗଦ ୪୮ହଜାର ୮୯୦ ଟଙ୍କା, ମୋବାଇଲ, ବନ ବିଭାଗର ନକଲି ଷ୍ଟାମ୍ପ, କ୍ୟାପ, ଷ୍ଟାର୍‌, ବ୍ୟାଜ୍‌ ଆଦି ଜବତ ହୋଇଛି।
ପ୍ରକାଶ ଯେ, ଗିରଫ ଅଭିଯୁକ୍ତ ଗୌର ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ସାନଅମଲିପାଲି ଗ୍ରାମର ଆଶିଷ ବାରିକଙ୍କୁ ଫରେଷ୍ଟ ଅଫିସର ଭାବେ ଚାକିରି କରାଇ ଦେବାକୁ କହି ତାଙ୍କଠାରୁ ୪୮ହଜାର ଟଙ୍କା ନେଇଥିଲେ। ଏହା ସହିତ ଆଶିଷଙ୍କୁ ଫରେଷ୍ଟ ବିଭାଗର ୟୁନିଫର୍ମ ଏବଂ ନକଲି ନିଯୁକ୍ତିପତ୍ର ଦେଇଥିଲେ। ଏ ନେଇ ଆଶିଷ ଭଟଲି ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ତେବେ ଅଭିଯୁକ୍ତ ଗୌର ଜଣେ ପେଶାଦାର ଠକ ଏବଂ ପୂର୍ବରୁ ମଧ୍ୟ ଏଭଳି ଠକେଇ କରି ଆସିଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି।
ଏହା ପୂର୍ବରୁ ସେ ବରଗଡ଼ ସଦର ଥାନା ଅଞ୍ଚଳରେ ଏଭଳି ଠକେଇ କରିଥିଲେ। ସଦର ଥାନା ପୋଲିସ ତାଙ୍କ ବିରୋଧରେ ଏକ ମାମଲା ନଂ.୨୬୭/୨୦୨୩ ରୁଜୁ କରି ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। କୋର୍ଟରୁ ସେ ଜେଲ ହାଜତକୁ ଯାଇଥିଲେ। ମାତ୍ର ଜାମିନରେ ଆସିବା ପରେ ଅଭିଯୁକ୍ତ ପୁଣି ବରଗଡ଼ ଓ ବଲାଙ୍ଗୀର ଜିଲାରେ ଏଭଳି ଠକେଇ କରିଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ଏଭଳି ଚାକିରି କରାଇଦେବା ଆଳରେ ସେ ବର୍ତ୍ତମାନ ସୁଦ୍ଧା ଅନ୍ୟ ୨ଜଣଙ୍କଠାରୁ ୧ଲକ୍ଷ ୯୫ହଜାର ଏବଂ ସୋନପୁର ଜିଲାର ଜଣଙ୍କଠାରୁ ୨୨ହଜାର ଟଙ୍କା ଠକି ନେଇଛନ୍ତି। ସେ ଦିଗରେ ଅଧିକ ତଦନ୍ତ ଚାଲୁଛି ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri