ଏହି ଅଭିନେତାଙ୍କୁ ଗୋଟିଏ ସପ୍ତାହରେ ଆସିଲାଣି ୧୮୦ କୋଟି ବିବାହ ପ୍ରସ୍ତାବ!

ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଫିଲ୍ମ ‘ଭୁଲ୍‌ ଭୁଲେୟା ୨’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମ ଏପର୍ଯ୍ୟନ୍ତ ୧୮୦ କୋଟି ବ୍ୟବସାୟ କରିସାରିଛି ଏବଂ ଖୁବ ଶୀଘ୍ର ୨୦୦ କୋଟି କ୍ଲବରେ ଯୋଗଦେବ। କାର୍ତ୍ତିକ ଫିଲ୍ମର ସଫଳତାକୁ ନେଇ ବେଶ୍‌ ଖୁସି ଅଛନ୍ତି। ଏହି ଖୁସିକୁ ତାଙ୍କ ପ୍ରଶଂସକଙ୍କ ସହ ଶେୟାର କରିବାକୁ ଆଦୌ ଭୁଲି ନାହାନ୍ତି। କାର୍ତ୍ତିକ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ସହ ଯୋଡି ହୋଇ ରହିବାକୁ ଚେଷ୍ଟା କରନ୍ତି। ନିକଟରେ କାର୍ତ୍ତିକ ଟୁଇଟର୍‌ରେ ତାଙ୍କ ପ୍ରଶଂସକଙ୍କ ସହ ସିଧାସଳଖ କଥାବାର୍ତ୍ତା କରିଥିଲେ। ଏହି ସମୟରେ ସେ ପ୍ରଶଂସକଙ୍କ ଅନେକ ପ୍ରଶ୍ନର ଉତ୍ତର ଦେଇଥିଲେ।
କାର୍ତ୍ତିକ ଟୁଇଟର୍‌ରେ #ଆସ୍କକାର୍ତ୍ତିକ ଅଧିବେଶନ କରିଥିଲେ। ଏଠାରେ ତାଙ୍କୁ ପ୍ରଶଂସକମାନେ ଅନେକ ପ୍ରଶ୍ନ ପଚାରିଥିଲେ, ଯାହାର ସେ ମଜାଳିଆ ଉତ୍ତର ଦେଇଥିଲେ। ଜଣେ ପ୍ରଶଂସକ କାର୍ତ୍ତିକଙ୍କୁ ପଚାରିଥିଲେ ଯେ, ସେ ଗୋଟିଏ ସପ୍ତାହରେ କେତେ ବିବାହ ପ୍ରସ୍ତାବ ପାଇଛନ୍ତି। ଏହାର ଉତ୍ତରରେ କାର୍ତ୍ତିକ ୧୮୦ କୋଟି ବିବାହ ପ୍ରସ୍ତାବ ଆସିଥିବା କହିଛନ୍ତି। କାର୍ତ୍ତିକ ଏହି ପ୍ରସ୍ତାବଗୁଡ଼ିକୁ ‘ଭୁଲ୍‌ ଭୁଲେୟା ୨’ର କଲେକ୍ସନ ସହିତ ଯୋଡି ମଜାଳିଆ ଢଙ୍ଗରେ ଜବାବ ଦେଇଛନ୍ତି।
‘ଭୁଲ ଭୁଲେୟା-୨’ରେ କିଆରା ଆଡଭାନୀ, ତବୁ, ରାଜପାଲ ଯାଦବ ଏବଂ ସଞ୍ଜୟ ମିଶ୍ର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। ଆନିସ ବାଜମିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ଏବେ ଓଟିଟିରେ ରିଲିଜ୍‌ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri