ଅସ୍ମିତା ସବୁବେଳେ ସ୍ବାଭିମାନ ସହ ଯୋଡ଼ିହୋଇ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ଭାଷା ଓ ସଂସ୍କୃତି ହିଁ ଆମର ଅସ୍ମିତା। ଆଉ ଅସ୍ମିତା ସବୁବେଳେ ସ୍ବାଭିମାନ ସହ ଯୋଡ଼ି ହୋଇ ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭୁବନେଶ୍ୱରରେ ଓଡ଼ିଶା @୧୦୦ ସମ୍ଭାବନାର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଓଡ଼ିଶାର ସ୍ବାଭିମାନ ଏବଂ ଓଡ଼ିଆ ଅସ୍ମିତାର ସଂକଳ୍ପକୁ ନେଇ ‘ଆମେ ଓଡ଼ିଆ’ ସଂଗଠନ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ୮ ଯୁବ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ସହ ଧର୍ମେନ୍ଦ୍ର ପ୍ରତ୍ୟକ୍ଷ ଆଲୋଚନା କରଛନ୍ତି। ସେମାନେ ହେଉଛନ୍ତି ଯୁବ ଉଦ୍ୟୋଗୀ ଦେବେନ୍ଦ୍ର ପ୍ରଧାନ, ତାଳଚେରରୁ ଅଯୋଧ୍ୟା ପର୍ଯ୍ୟନ୍ତ ଖାଲିପାଦରେ ଯାତ୍ରା କରିଥିବା ଶୁଭମ ସାହୁ, ଦେବଗଡ଼ର ପର୍ବତାରୋହୀ ଶଶିଭୂଷଣ ମାଝୀ, ବାଲେଶ୍ୱର ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ପ୍ରଫେସର ଭାରତୀ ବାଳା ପଟ୍ଟନାୟକ, ବ୍ରହ୍ମପୁରର ସମାଜସେବୀ ଗଗନ ପାତ୍ର, କେନ୍ଦ୍ରାପଡ଼ାର ଲେଖକ ତଥା ପରିବେଶବିତ ସାଗର ପ୍ରଧାନ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଗବେଷକ ସୌମ୍ୟ ଜେନା ଓ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଗବେଷକ ଆୟୁଷ୍ମତୀ ନାୟକ। ଏହି ଅବସରରେ ୮୯ତମ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇବା ସହ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମହାନ ସଂଗ୍ରାମୀମାନଙ୍କୁ କେନ୍ଦ୍ରମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସବୁ ଓଡ଼ିଆଙ୍କ ପାଇଁ ଆଜି ଏକ ପବିତ୍ର ଦିନ। ଓଡ଼ିଶା ଦିବସ ଆମର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟକୁ ପାଳନ କରିବାର ମହାନ ଅବସର। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଆମ ରାଜ୍ୟ ଓଡ଼ିଶା ଦେଶର ସର୍ବପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବରେ ପ୍ରତିଷ୍ଠିତ ହୋଇଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକୀର ମୋହନ ସେନାପତି, କବିବର ରାଧାନାଥ ରାୟ, ସ୍ବଭାବ କବି ଗଙ୍ଗାଧର ମେହେର ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଭଳି ଓଡ଼ିଶାର ଅନେକ ବୀରପୁତ୍ର ସଂଘର୍ଷ କରି ଓଡ଼ିଶା ପ୍ରଦେଶ ଗଠନ କରିଥିଲେ। ଓଡ଼ିଆ ଜାତି ଓ ସଭ୍ୟତାରେ ବିଶ୍ୱାସ ରଖୁଥିବା ପିଲାମାନେ କେବେ ସ୍ବାଭିମାନ ସହ ବୁଝାମଣା କରିନାହାନ୍ତି । ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିରେ ସ୍ବତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବା ପାଇଁ ଆଉ ୧୨ ବର୍ଷ ବାକି ଅଛି। ଓଡ଼ିଶାକୁ ଆଗକୁ ନେବା ପାଇଁ ସମ୍ମାନିତ ହୋଇଥିବା ଯୁବ ବନ୍ଧୁଙ୍କ ସ୍ବପ୍ନ ଓ ବଡ ଭାବିବାର ଅଭିଳାଷ ପ୍ରଶଂସନୀୟ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri