ପିଅନଙ୍କଠାରୁ ଲାଞ୍ଚ ନେଇ ଏଏସ୍‌ଓ ଗିରଫ

ଭୁବନେଶ୍ୱର,୧୩।୯(ସତ୍ୟଜିତ୍‌ ରାଉତ): ନିଜ ବିଭାଗର ଜଣେ ପିଅନଙ୍କଠାରୁ ୫ ହଜାର ଲାଞ୍ଚ ନେଇ ଆସିଷ୍ଟାଣ୍ଟ୍‌ ସେକ୍ସନ୍‌ ଅଫିସର (ଏଏସ୍‌ଓ) ମଙ୍ଗଳବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଜଳ ସମ୍ପଦ ବିଭାଗର ଭୁବନେଶ୍ୱର ଡ୍ରେନେଜ୍‌ ସର୍କଲ ଅତିରିକ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଏଏସ୍‌ଓ ସୌମ୍ୟରଞ୍ଜନ ଦାସ। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ସୌମ୍ୟରଞ୍ଜନଙ୍କ ବିରୋଧରେ ଏକ ମାମଲା (ନଂ.୨୩/୨୦୨୩) ରୁଜୁ କରାଯାଇଛି। ବୁଧବାର ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯିବ ବୋଲି ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ଜଳ ସମ୍ପଦ ବିଭାଗର ଭୁବନେଶ୍ୱର ଡ୍ରେନେଜ୍‌ ସର୍କଲ ଅତିରିକ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ପିଅନ କୌସ୍ତବ କୁମାର ସେନାପତି ବିଭାଗ ମାଧ୍ୟମରେ ଏକ ଗୃହ ଋଣ ପାଇବାକୁ ଆବେଦନ କରିଥିଲେ। ଏହି ଲୋନ୍‌ ଫାଇଲ୍‌ର ପ୍ରକ୍ରିୟାକରଣ ପାଇଁ ଏଏସ୍‌ଓ ସୋମ୍ୟରଞ୍ଜନ ତାଙ୍କୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ କୌସ୍ତବ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବପ୍ରସ୍ତୁତି ଅନୁଯାୟୀ କୌସ୍ତବଙ୍କଠାରୁ ନିଜ ଅଫିସ୍‌ କୋଠରିରେ ସୌମ୍ୟରଞ୍ଜନ ଲାଞ୍ଚ ଟଙ୍କା ଗ୍ରହଣ କରିବାବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଥିଲା। ଏହାପରେ ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଦିଗକୁ ନେଇ ସୌମ୍ୟ ରଞ୍ଜନଙ୍କ ୟୁନିଟ-୯ସ୍ଥିତ ସରକାରୀ ବାସଭବନ ଓ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଡେମାଳସ୍ଥିତ ପୈତୃକ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି। ଏହି ମାମଲା ସଂକ୍ରାନ୍ତରେ ସୌମ୍ୟରଞ୍ଜନଙ୍କୁ ଅଧିକ ପଚରାଉଚରା କରାଯାଉଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri