ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର ବିଭାଗର ଏଏସ୍‌ଓ ବୈକୁଣ୍ଠନାଥ ରାଜ୍ୟପାଳଙ୍କ ସେକ୍ରେଟେରିଏଟରେ ନିୟୋଜିତ ଥିବାବେଳେ ତାଙ୍କୁ ଗୃହ ବିଭାଗକୁ ବଦଳି କରାଯାଇଛି। ଏନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଗତ ୭ ଓ ୮ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ସମୟରେ ତାଙ୍କର ରାଜଭବନ ରହଣିର ପ୍ରସ୍ତୁତି ତଦାରଖ ପାଇଁ ବୈକୁଣ୍ଠନାଥ ପୁରୀ ରାଜଭବନର ଇନ୍‌ଚାର୍ଜ ଭାବେ ଗତ ୫ତାରିଖରୁ ସେଠାରେ ରହିଥିଲେ। ୭ତାରିଖ ବିଳମ୍ବିତ ରାତ୍ରିରେ ଲଳିତ ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବୈକୁଣ୍ଠନାଥଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଗତ ୮ତାରିଖ ଅପରାହ୍ନ ସାଢ଼େ ୪ଟାରେ ମୌଖିକ ଅବଗତ କରି ନ୍ୟାୟ ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ୧୦ତାରିଖରେ ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ଏହି ଘଟଣା ରାଜ୍ୟରେ ଚହଳ ପକାଇଥିଲା। ବିଭିନ୍ନ ମହଲରୁ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଉଠିଥିଲା। ଏପରିକି ୧୨ତାରିଖ ଦିନ ବୈକୁଣ୍ଠନାଥଙ୍କ ସ୍ତ୍ରୀ ନିଜେ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ଦେବା ସହିତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅନୁରୋଧ କରିଥିଲେ। ୧୩ତାରିଖ ଦିନ ରାଜ୍ୟପାଳ ନିଜେ ବୈକୁଣ୍ଠନାଥ ଏବଂ ତାଙ୍କ ସ୍ତ୍ରୀଙ୍କୁ ଡାକି ଆଲୋଚନା କରିଥିଲେ। ୭ଦିନ ମଧ୍ୟରେ ନ୍ୟାୟ ମିଳିବ ବୋଲି ରାଜ୍ୟପାଳ ପ୍ରତିଶ୍ରୁତି ଦେଇଥିବା ବୈକୁଣ୍ଠନାଥଙ୍କ ସ୍ତ୍ରୀ କହିଥିଲେ। କିନ୍ତୁ ଏବେ ନ୍ୟାୟ ମିଳିବା ପରିବର୍ତ୍ତେ ବୈକୁଣ୍ଠନାଥଙ୍କୁ ଅନ୍ୟତ୍ର ବଦଳି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri