ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ।

ମିଳିଥିବା ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା।

ସୂଚନାଥାଉ କି, ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି।

ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।

ଏହି ଘଟଣା ପରେ ବୈକିଣ୍ଠ ପ୍ରଧାନ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ମୌଖିକ ଭାବେ ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନିଆନଯିବାରୁ ସେ ନ୍ୟାୟ ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। କୌଣସି ପ୍ରତିକ୍ରିୟା ନ ମିଳିବାରୁ ବୈକୁଣ୍ଠଙ୍କ ସ୍ତ୍ରୀ ପୁରୀ ସମୁଦ୍ରକୂଳ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri