ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ଏତଲା ଦେଇଛନ୍ତି ବୈକୁଣ୍ଠ।

ମିଳିଥିବା ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗର ଏଏସଓ ବୈକୁଣ୍ଠ ପ୍ରଧାନ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ପୁରୀରେ ରଥଯାତ୍ରା ରାତିରେ ରାଜଭବନରେ ଲଳିତ ଓ ଅନ୍ୟ ୫ ଜଣ ତାଙ୍କୁ ମାଡ଼ ମାରିଥିଲେ। ବୈକୁଣ୍ଠ ପ୍ରଧାନ ଦାୟର କରିଥିବା ଏତଲାରେ ଉଲ୍ଲେଖ କରିଛନ୍ତି ଯେ ଜୁଲାଇ ୭ ଓ ୮ ତାରିଖ ଦୁଇ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରହଣି ବ୍ୟବସ୍ଥା ତଦାରଖ ପାଇଁ ତାଙ୍କୁ ରାଜଭବନରେ ନିୟୋଜିତ କରାଯାଇଥିଲା।

ସୂଚନାଥାଉ କି, ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ବୈକୁଣ୍ଠନାଥ ଏନେଇ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଅବଗତ କରିଥିଲେ ଏବଂ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗୁହାରି କରିଥିଲେ। କିନ୍ତୁ କିଛି ସୁଫଳ ନ ମିଳିବାରୁ ବୁଧବାର ପୁଣିଥରେ ବୈକୁଣ୍ଠନାଥ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି।

ଅଭିଯୋଗ ଅନୁସାରେ, ଏବେ ସଂସଦୀୟ ବ୍ୟାପାର ବିଭାଗରେ ନିଯୁକ୍ତ ପାଇଛନ୍ତି ଓ ଡେପୁଟେସନରେ ରାଜଭବନର ହାଉସହୋଲ୍ଡ ସେକ୍ସନରେ ଏଏସଓ(ଆସିଷ୍ଟାଣ୍ଟ ସେକ୍ସନ ଅଫିସର) ଭାବେ କାର୍ଯ୍ୟରତ ଅଛନ୍ତି। ପୁରୀ ରାଜଭବନରେ ଗତ ୭ତାରିଖ ରାତିରେ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ତାଙ୍କର ଅନ୍ୟ ୫ଜଣ ସହଯୋଗୀ ମିଳିତ ଭାବେ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗତ ୭ ଓ ୮ ତାରିଖ ପୁରୀ ଗସ୍ତକୁ ଦୃଷ୍ଟିରେ ରଖି ତାଙ୍କର ରାଜଭବନ ରହଣୀର ପ୍ରସ୍ତୁତି ତଦାରଖ ପାଇଁ ସେ(ପୁରୀ ରାଜଭବନର ଇନଚାର୍ଜ ଭାବେ) ଗତ ୫ତାରିଖରୁ ପୁରୀରେ ରହିଥିଲେ। ୭ ତାରିଖରେ ରାଷ୍ଟ୍ରପତିଙ୍କ ଗସ୍ତ ବେଶ ଭଲରେ ସମ୍ପାଦନ ହୋଇଥିଲା। କିନ୍ତୁ ସେହି ରାତି ପ୍ରାୟ ୧୧ଟା ୪୫ମିନିଟରେ ସେ ରାଜଭବନସ୍ଥିତ ଅଫିସ ରୁମରେ ବସିଥିବାବେଳେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ରୋଷେୟା ଆକାଶ ସିଂ ତାଙ୍କ ପାଖକୁ ଆସି ଲଳିତ କୁମାର ଡାକୁଥିବା କହିଥିଲେ। ଲଳିତଙ୍କୁ ଭେଟିବାକୁ ସେ ଯାଇଥିଲେ କିନ୍ତୁ ତାଙ୍କୁ ଦେଖୁଦେଖୁ ଲଳିତ ଉତକ୍ଷିପ୍ତ ହୋଇ ଅତ୍ୟନ୍ତ ଆଶାଳୀନ ଭାଷାରେ ବଡ଼ ପାଟିରେ ଗାଳିଗୁଲଜ କରିଥିଲେ। ତାଙ୍କର ଏଭଳି ଆଚରଣକୁ ପ୍ରତିବାଦ କରିବାରୁ ଲଳିତ ତାଙ୍କୁ ଚାପୁଡ଼ା ମାରିବା ଆରମ୍ଭ କରିଥିଲେ। ନିଜକୁ ଅସହାୟ ମଣି ସେ ଉକ୍ତ ରୁମରୁ ଦୌଡ଼ି ପଳାଇ ଆସି ଆନେକ୍ସ ବିଲିଡିଂରେ ଲୁଚି ରହିବାକୁ ଚେଷ୍ଟା କରିଥିଲେ। ମାତ୍ର ଲଳିତଙ୍କର ଦୁଇଜଣ ପିଏସଓ ତାଙ୍କୁ ଖୋଜି ପୁଣିଥରେ ଲଳିତଙ୍କ ପାଖକୁ ଟେକି ନେଇଯାଇଥିଲେ ଆଉ ସେଠାରେ ତାଙ୍କ ମୁହଁକୁ ଚାପୁଡ଼ା ସହ ଶରୀରର ବିଭିନ୍ନ ଭାଗକୁ ଗୋଇଠା ମାରିଥିଲେ ଏବଂ ଲଳିତ ତାଙ୍କୁ ହତ୍ୟା ପାଇଁ ଧମକ ଦେବା ସହ କେହିବି ତାଙ୍କୁ ବଞ୍ଚାଇ ପାରିବେ ନାହିଁ ବୋଲି ଚେତାବନୀ ଦେଇଥିବା ନେଇ ବୈକୁଣ୍ଠନାଥ ଅଭିଯୋଗ କରିଛନ୍ତି। ତେଣୁ ଏସମସ୍ତ ଘଟଣା ପ୍ରତି ଦୃଷ୍ଟି ଦେଇ ତାଙ୍କୁ ନ୍ୟାୟ ଦେବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବୈକୁଣ୍ଠନାଥ ଦାବି କରିଛନ୍ତି।

ଏହି ଘଟଣା ପରେ ବୈକିଣ୍ଠ ପ୍ରଧାନ ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ମୌଖିକ ଭାବେ ଜଣାଇଥିଲେ। କୌଣସି କାର୍ଯ୍ୟାନୁଷ୍ଠାନ ନିଆନଯିବାରୁ ସେ ନ୍ୟାୟ ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। କୌଣସି ପ୍ରତିକ୍ରିୟା ନ ମିଳିବାରୁ ବୈକୁଣ୍ଠଙ୍କ ସ୍ତ୍ରୀ ପୁରୀ ସମୁଦ୍ରକୂଳ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri