ASO ପରୀକ୍ଷାକୁ ବାତିଲ: ଏହି ଦିନ ହେବ ସାନି ପରୀକ୍ଷା

ଭୁବନେଶ୍ୱର, ୧୩। ୧୧(ତ୍ରିନାଥ ମହାନ୍ତି): ଜୁଲାଇ ୧୩ରେ ହୋଇଥିବା ଏଏସ୍‌ଓ ପରୀକ୍ଷାକୁ ବାତିଲ କରାଯାଇଛି। ପୁଣି ସାନି ପରୀକ୍ଷା ଡିସେମ୍ବର ୭ରେ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନିୟମିତତା ନେଇ ହାଇକୋର୍ଟ ସନ୍ଦେହ କରିବା ପରେ ପରୀକ୍ଷାକୁ ବାତିଲ କରାଯାଇଛି। ପ୍ରିଲିମିରେ ୭୧୧୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିଲେ। ଏହି ପରୀକ୍ଷାକୁ ସିଲିକନ୍‌ ଟେକ୍‌ କରୁଥିବାରୁ ଅନିୟମିତତା ନେଇ ହାଇକୋର୍ଟଙ୍କ ସନ୍ଦେହ ବଢିଥିଲା। ତେଣୁ ୧୩ରେ ହୋଇଥିବା ପରୀକ୍ଷାକୁ ପୁଣି ଆଉ ଥରେ ୭ରେ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ଦାୟିତ୍ୱ ସିଲିକନ୍‌ ଟେକ୍‌ ସଂସ୍ଥା ପରିଚାଳନା କରୁଥିଲା। ତେଣୁ ଏଥିରେ ସିଲିକନ୍‌ କିଛି ଜାଲିଆତି କରିଥାଇ ପାରେ ବୋଲି କୋର୍ଟ ସନ୍ଦେହ କରି ବାତିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେଣୁ ବିବାଦ ହେବା ଆଗରୁ ଏହି ପରୀକ୍ଷାକୁ ବାତିଲ କରାଯାଇଛି। ଏସ୍‌ଆଇ ପରୀକ୍ଷା ପୂର୍ବରୁ ସିଲିକନ୍‌ ଟେକ୍‌ ସଂସ୍ଥାର ପ୍ରମୋଟର ସୁରେଶ ଏବଂ ପଞ୍ଚସଫ୍ଟ ସଂସ୍ଥାର ମାଲିକ ଶଙ୍କର ସହମିଶି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ କରାଇଥିଲେ। ପିଲାଙ୍କୁ କଲିକତା, ହାଇଦ୍ରାବାଦ ଆଦି ସହରକୁ ନେଇ ଅଭ୍ୟାସ କରାଉଥିଲେ। ତେଣୁ ଏଏସ୍‌ଓ ପରୀକ୍ଷାରେ ଏଭଳି କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଇ ପରୀକ୍ଷାକୁ ବାତିଲ କରାଯାଇଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri