୨୭ରେ ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୧।୮: ବନ୍ୟା ଯୋଗୁ ଘୁଞ୍ଚିଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା ଆସନ୍ତା ୨୭ ତାରିଖରେ ହେବ। ଏନେଇ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ଦିନ ୩ଟି ସିଟିଂରେ ପରୀକ୍ଷା ହେବ। ପ୍ରଥମ ସିଟିଂ ପରୀକ୍ଷା ପୂର୍ବାହ୍ନ ୯ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ। ସେହିପରି ଦ୍ୱିତୀୟ ସିଟିଂ ପରୀକ୍ଷା ପୂର୍ବାହ୍ନ ସାଢେ ୧୧ଟାରୁ ଅପରାହ୍ନ ୧ଟା, ତୃତୀୟ ସିଟିଂ ପରୀକ୍ଷା ଅପରାହ୍ନ ସାଢେ ୨ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ହେବ। ତେବେ ଭିନ୍ନକ୍ଷମ ପରୀକ୍ଷାର୍ଥୀମାନଙ୍କୁ ପ୍ରତି ସିଟିଂରେ ଅଧ ଘଣ୍ଟା ଲେଖାଏଁ ଅଧିକ ସମୟ ଦିଆଯିବ। ପ୍ରଥମ ସିଟିଂରେ ଜେନେରାଲ ଆୱାରନେସ୍‌, ଦ୍ୱିତୀୟ ସିଟିଂରେ ରିଜନିଂ ଆଣ୍ଡ୍‌ ମେଣ୍ଟାଲ ଆବିଲିଟି ଓ ଗଣିତ ପରୀକ୍ଷା, ତୃତୀୟ ସିଟିଂରେ ଇଂଲିଶ ଓ ଓଡ଼ିଆ ପରୀକ୍ଷା ହେବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ, ୭୯୬ଟି ଏଏସ୍‌ଓ ପଦବୀ ପୂରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏହାପରେ ଓପିଏସ୍‌ସି କର୍ତ୍ତୃପକ୍ଷ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରି ଲିଖିତ ପରୀକ୍ଷା ପାଇଁ ଆସନ୍ତା ୨୧ ତାରିଖକୁ ଧାର୍ଯ୍ୟ କରିଥିଲେ। ହେଲେ ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ପରୀକ୍ଷା ଘୁଞ୍ଚାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri