ହାଇକୋର୍ଟରେ ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରିଭ୍ୟୁ, ରିଟ୍‌ ପିଟିଶନ ଖାରଜ: କାଏମ ରହିଲା ପୂର୍ବ ନିର୍ଦ୍ଦେଶ

କଟକ,୧ା୮ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଅନିୟମିତତା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ପୂର୍ବ ରାୟକୁ କାଏମ ରଖିଛନ୍ତି। ଏଥିସହ ପୂର୍ବ ରାୟର ପୁନର୍ବିଚାର ପାଇଁ ଦାଏର ହୋଇଥିବା ରିଭ୍ୟୁ ପିଟିଶନ ଓ ରିଟ୍‌ ପିଟିଶନ୍‌କୁ ଖାରଜ କରିଛନ୍ତି। ଫଳରେ ହାଇକୋର୍ଟଙ୍କ ଆଦେଶ ମୁତାବକ ଓପିଏସ୍‌ସି ସାନି ମେଧା ତାଲିକା ପ୍ରକାଶ କରିବା ସ୍ପଷ୍ଟ ହୋଇଛି।
ପ୍ରକାଶ ଯେ, ଓପିଏସ୍‌ସି ପକ୍ଷରୁ ପ୍ରକାଶିତ ଏଏସ୍‌ଓ ପରୀକ୍ଷାର ମେରିଟ୍‌ ଲିଷ୍ଟକୁ ନେଇ ହାଇକୋର୍ଟରେ ରିଟ୍‌ ଓ ରିଭ୍ୟୁ ଭାବେ ଦୁଇଟି ପିଟିଶନ ଦାଖଲ କରାଯାଇଥିଲା। ଦୁଇଟିଯାକ ପିଟିଶନର ଏକାଠି ଶୁଣାଣି କରିବାକୁ ହାଇକୋର୍ଟ ଜୁନ୍‌ ୨୬ ତାରିଖ ଶୁଣାଣିରେ ନିର୍ଦ୍ଦେଶ ଦେଇଥିଲେ। ଜୁଲାଇ ୧୩ରେ ଶୁଣାଣି ଶେଷ କରାଯାଇ ରାୟ ସଂରକ୍ଷିତ ରହିଥିଲା। ଏଏସ୍‌ଓ ନିଯୁକ୍ତି ପରୀକ୍ଷାରେ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ଖାରଜ କରି ସାନି ମେଧା ତାଲିକା ପ୍ରକାଶ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ନିୟମ ଲାଗୁ କରାଯିବା ନିଯୁକ୍ତି ନିୟମ ଅନୁସାରେ ଗ୍ରହଣୀୟ ନୁହେଁ। ଓଡ଼ିଶା ସେକ୍ରେଟାରିଏଟ୍‌ର ଏଏସ୍‌ଓ ନିଯୁକ୍ତି ପ୍ରଣାଳୀ ଓ ସର୍ଭିସ ସର୍ତ୍ତାବଳୀ, ୨୦୧୬କୁ ଉଲ୍ଲଂଘନ କରାଯାଇ ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରାଯାଉଛି ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେବା ସହ ୨୦୧୬ର ନିୟମ ପାଳନ କରି ସାନି ମେରିଟ୍‌ ଲିଷ୍ଟ ୨ ମାସ ଭିତରେ ପ୍ରକାଶ କରିବାକୁ କହିଥିଲେ। ଏଥିସହ ହାଇକୋର୍ଟଙ୍କ ବିନା ଅନୁମତିରେ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଚୂଡ଼ାନ୍ତ ମେଧା ତାଲିକା ପ୍ରକାଶ ପାଇ ପାରିବ ନାହିଁି ବୋଲି ଅଦାଲତ ତାଙ୍କ ଆଦେଶରେ ସ୍ପଷ୍ଟ କରିଥିଲେ। ତେବେ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଜାରି ରହିବ ବୋଲି ହାଇକୋର୍ଟ କହିଥିଲେ। ଏନେଇ କେତେଜଣ ପରୀକ୍ଷାରେ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ ଯେ, ଏଏସ୍‌ଓ ପରୀକ୍ଷା ଅନିୟମିତତା ଯୋଗୁ ଆମେ ପ୍ରଭାବିତ ହୋଇଛୁ। ହାଇକୋର୍ଟ ଉକ୍ତ ମାମଲାରେ ଆମ୍ଭମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ଆମକୁ ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦିଆଯାଉ ବୋଲି ରିଟ୍‌ ପିଟ୍‌ଶନ୍‌ ଜରିଆରେ ପ୍ରାର୍ଥନା କରିଥିଲେ। ଅପରପକ୍ଷରେ ପୂର୍ବ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ରୁକ୍‌ସାନାଆରା ବେଗମ୍‌ଙ୍କ ସମେତ ମୋଟ ୫ ଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ଦାଏର ରିଭ୍ୟୁ ପିଟିଶନକୁ ନେଇ ଜୁନ୍‌ ୨୨ ତାରିଖରେ ଏକ ମାମଲା ରୁଜୁ ହୋଇଥିଲା।
ଉଲ୍ଲେଖଯୋଗ୍ୟ, ୭୯୬ଟି ଏଏସ୍‌ଓ ପଦବୀ ପାଇଁ ୨୦୨୨ ଅଗଷ୍ଟ ୨୭ରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ ୧ଲକ୍ଷ ୪୮ହଜାର ୮୮୮ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା। ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri