ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା:ରହିତାଦେଶ ବଳବତ୍ତର

କଟକ,୧୦ା୧୦(କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପରୀକ୍ଷା ଅନିୟମିତତା ମାମଲାରେ ଜଣିକିଆ ବିଚାରପତିଙ୍କ ରାୟ ଉପରେ ଜାରି ହୋଇଥିବା ରହିତାଦେଶକୁ ସୋମବାର ହାଇକୋର୍ଟ ବଳବତ୍ତର ରଖିଛନ୍ତି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଏମ୍‌.ଏସ୍‌ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କିତ ସମସ୍ତ ମାମଲାର ଏକତ୍ର ଶୁଣାଣି ଦୁର୍ଗାପୂଜା ଛୁଟି ପରେ ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)କୁ ପୂର୍ବ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପୁର୍ନବିଚାର ନିମନ୍ତେ କେତେଜଣ ପରୀକ୍ଷାର୍ଥୀ ଡିଭିଜନ ବେଞ୍ଚରେ ଆବେଦନ କରିଥିଲେ। ଆବେଦନକାରୀ କବିତା ଜେନା ଏବଂ ଅନ୍ୟ ଜଣଙ୍କ ପକ୍ଷରୁ ଏହି ମାମଲାରେ ଜଣିକିଆ ବିଚାରପତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ନିର୍ଦ୍ଦେଶ ବିରୋଧରେ ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଡିଭିଜନ ବେଞ୍ଚ ଏହାକୁ ଗ୍ରହଣ କରି ପ୍ରାଥମିକ ପର୍ଯ୍ୟାୟରେ ସ୍ଥଗିତାଦେଶ ଜାରି କରିଥିଲେ।
ସୂଚନା ଅନୁସାରେ, ୨୦୨୨ ଅଗଷ୍ଟ ୨୭ ତାରିଖରେ ୭୯୬ଟି ଏଏସ୍‌ଓ ପଦ ଲାଗି ଓପିଏସ୍‌ସି ପକ୍ଷରୁ ଲିଖିତ ପରୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ୍‌ ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା। ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ପୂର୍ବ ମେଧା ତାଲିକା ଖାରଜ କରି ନୂତନ ମେଧା ତାଲିକା ପ୍ରସ୍ତୁତ କରିବାକୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପୁଣି କେତେଜଣ ପରୀକ୍ଷାର୍ଥୀ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ ଯେ, ଏଏସ୍‌ଓ ପରୀକ୍ଷାରେ ଅନିୟମିତତା ଯୋଗୁ ସେମାନେ ପ୍ରଭାବିତ ହୋଇଛନ୍ତି। ହାଇକୋର୍ଟ ଉକ୍ତ ମାମଲାରେ ସେମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ସେମାନଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦିଆଯାଉ ବୋଲି ପ୍ରାର୍ଥନା କରିଥିଲେ। ଦୁଇଟିଯାକ ମାମଲାର ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁଲାଇ ୩୧ରେ ହାଇକୋର୍ଟରେ ଉଭୟ ରିଟ୍‌ ପିଟିଶନ୍‌ ଓ ରିଭ୍ୟୁ ପିଟିଶନ୍‌ର ଏକତ୍ର ଶୁଣାଣି କରାଯାଇଥିଲା। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶକୁ କାଏମ ରଖିବା ସହ ଦୁଇଟି ଯାକ ପିଟିଶନ୍‌କୁ ଖାରଜ କରିଦେଇଥିଲେ। ଏଏସ୍‌ଓ ନିଯୁକ୍ତି ନିମନ୍ତେ ଅନୁଷ୍ଠିତ ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ହୋଇଥିବା ମାମଲାର ଶୁଣାଣି ଗତ ମେ ୧୯ ତାରିଖରେ ହୋଇଥିଲା। ସେହି ଶୁଣାଣିରେ ହାଇକୋର୍ଟ ଏଏସ୍‌ଓ ନିଯୁକ୍ତି ନେଇ ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ। ଏଥିସହ ଆଗାମୀ ୨ ମାସ ମଧ୍ୟରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓପିଏସ୍‌ସି ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ନ କରିବାରୁ କେତେଜଣ ପରୀକ୍ଷାର୍ଥୀ ଓପିଏସ୍‌ସି ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri