ଗିରଫ ହେଲେ ସଉକିଆ ପୋଲିସ ବାବୁ

କଟକ ଅଫିସ୍‌,୧୬।୨: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୋଲିସ କମ୍ୟୁନିକେଶନ୍‌ ସେଲ୍‌ରେ କାର୍ଯ୍ୟରତ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ର ବୁଧବାର ଗିରଫ ହୋଇଛନ୍ତି। ତାଙ୍କୁ ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ସ୍ତ୍ରୀଙ୍କ ନାଁେରେ ମଧ୍ୟ ଏକ ମାମଲା ରୁଜୁ ହୋଇଛି।
ସୂଚନାଯୋଗ୍ୟ, କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟଙ୍କ ଦ୍ୱାରା ଜାରି ଓ୍ବାରେଣ୍ଟ ବଳରେ ଦୁର୍ନୀତି ନିବାରଣ ବିଭାଗର ୩ଜଣ ଅତିରିକ୍ତ ଏସ୍‌ପି, ୧୦ଜଣ ଡିଏସ୍‌ପି, ୧୩ଜଣ ଇନ୍ସପେକ୍ଟରଙ୍କ ସମେତ ୪୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଭୋର ୪ଟାରୁ ଏକକାଳୀନ କଟକ, ଭୁବନେଶ୍ୱର, ଯାଜପୁର ଏବଂ ନବରଙ୍ଗପୁରର ୧୧ଟି ସ୍ଥାନରେ ଚଢ଼ାଉ କରିଥିଲେ। ରାତି ସୁଦ୍ଧା ମିଳିଥିବା ରିପୋର୍ଟ ଅନୁଯାୟୀ ମିଶ୍ରଙ୍କ ପ୍ରାୟ ସାଢ଼େ ୭କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ଘର, ନର୍ସିଂହୋମ, ଔଷଧ ଦୋକାନ ଓ ବିଳାସପୂର୍ଣ୍ଣ ୭ଟି ଗାଡ଼ି ଠାବ ହୋଇଛି। ସେଥିମଧ୍ୟରେ ବିଏମ୍‌ଡବ୍ଲ୍ୟୁ ସମେତ ୪ଟି କାର୍‌ ଏବଂ ୩ଟି ସୁପର ବାଇକ୍‌ ଠାବ କରାଯାଇଛି। କେବଳ ଗାଡ଼ିଗୁଡ଼ିିକର ଆନୁମାନିକ ମୂଲ୍ୟ ପ୍ରାୟ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ…

ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…

ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri