ଆନ୍ଦୋଳନ ସ୍ଥଗିତ ରଖିଲେ ଆଶାକର୍ମୀ

ଭୁବନେଶ୍ୱର,୧୭।୩ (ବ୍ୟୁରୋ):୧୨ ଦଫା ଦାବି ନେଇ ଆଶାକର୍ମୀ ୟୁନିୟନ୍‌ ସଂଯୁକ୍ତ ମୋର୍ଚ୍ଚା ପକ୍ଷରୁ ଲୋୟର ପିଏମ୍‌ଜିରେ ଦୁଇଦିନ ଧରି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯିବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର୍‌ ତଥା ସଚିବ ଶାଳିନୀ ପଣ୍ଡିତଙ୍କ ସହ ମୋର୍ଚ୍ଚାର କର୍ମକର୍ତ୍ତା ଆଲୋଚନା କରିବା ପରେ ମୋର୍ଚ୍ଚା ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଆଲୋଚନା ସମୟରେ ମୋର୍ଚ୍ଚାର ଆବାହକ ତଥା ଏଆଇଟିୟୁସି ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ଜେନାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ୧୨ଦଫା ଦାବି ଉପସ୍ଥାପନ କରିଥିଲେ। ମାସିକ ଭତ୍ତା ବୃଦ୍ଧି, ଭତ୍ତାରେ ନିଶ୍ଚିତ ଇନ୍‌ସେଣ୍ଟିଭ୍‌ ସାମିଲ କରିବା, ବରିଷ୍ଠତା ଭିତ୍ତିରେ ଏଏନ୍‌ଏମ୍‌ ପଦବୀକୁ ପଦୋନ୍ନତି ଇତ୍ୟାଦି ଦାବି ନେଇ ସକାରାତ୍ମକ ଆଲୋଚନା ହୋଇଥିତ୍ବା ମୋର୍ଚ୍ଚା ପକ୍ଷରୁ ସୂଚନା ଦିଆଯାଇଛି। କମିଶନର୍‌ଙ୍କ ସୁପାରିସ କ୍ରମେ ରାଜ୍ୟ ସରକାର ଖୁବ୍‌ଶୀଘ୍ର ଏ ନେଇ ଘୋଷଣା କରିବେ ବୋଲି ପ୍ରତିଶ୍ରୁତି ମିଳିବା ପରେ ଆଶାକର୍ମୀଙ୍କ ଅହୋରାତ୍ର ଗଣଧାରଣା ସ୍ଥଗିତ ରହିଛି। ଧାରଣାସ୍ଥଳରେ ଗୁରୁବାର ସଂଯୁକ୍ତ ମୋର୍ଚ୍ଚାର ଆବାହକ ବିଜୟ ଜେନାଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ପରେ ଅପରାହ୍ନରେ ଜେନାଙ୍କ ସମେତ ନମିତା ସାହୁ, ମାତିଲଦା କୁଲୁ, ଉର୍ମି ଗୁପ୍ତା, ବିଜୟଲକ୍ଷ୍ମୀ ସିଂ, ମମତା ଖଣ୍ଡାୟତରାୟ, ଯାଜ୍ଞସେନୀ ପ୍ରଧାନ ପ୍ରମୁଖ ସଚିବଙ୍କ ସହ ଆଲୋଚନାରେ ସାମିଲ ହୋଇଥିଲେ। ଏହାପରେ ଆନ୍ଦୋଳନକୁ ମୋର୍ଚ୍ଚା ପକ୍ଷରୁ ସ୍ଥଗିତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri