ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି ଗଦା ହୋଇଛି ଆସ୍‌ପଣ୍ଡ। କେନାଲ ପାର୍ଶ୍ୱ ଚାଷ ଜମିରେ ମାଡ଼ୁଛି ଗୁଣ୍ଡର ବିଷାକ୍ତ ପାଣି। ପ୍ରଥମେ ଭାଙ୍ଗି ଯାଇଥିବା ଆଖଡ଼ା ଶାଳୀ ସ୍ଲୁଇସ୍‌ ଗେଟ ଦେଇ ମହାନଦୀର ବନ୍ୟା ଜଳ ଚାଷ ଜମିରେ ମାଡ଼ି ଯିବା ଫଳରେ ତଳି ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଥିଲା। ପରେ ଅନ୍ୟ ଅଞ୍ଚଳରୁ ଚାଷୀମାନେ ଉଚ୍ଚ ଦରରେ ତଳି କିଣି ବେଉଷଣ କାମ ଶେଷ କରିଥିଲେ। ଲକ୍ଷ୍ୟ ଥିଲା ଚଳିତ ବର୍ଷ ଭଲ ଅମଳ ହେବା ସହିତ ପରିବାର ପୋଷଣ ହେବ ବୋଲି କୁହାଯାଉଛି। କିନ୍ତୁ ଏବେ ବାଧକ ସାଜିଛି ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ଗଭୀର ଗଣ୍ଡ। ଏହାକୁ ସମତୁଲ କରିବା ପାଇଁ ରାସ୍ତା ନିର୍ମାଣରେ ପାହାଡ଼ ଭଳି ଗଦା ହୋଇଥିବା ଆଶ୍‌ପଣ୍ଡ ଗୁଣ୍ଡ ପାଣି ସଂସ୍ପର୍ଶରେ ଆସି ସେଥିରୁ ନିର୍ଗତ ହେଇଥିବା ବିଷାକ୍ତ ରାସାୟନିକ ଯୁକ୍ତ ପାଣି ଏବେ ଚାଷ କ୍ଷେତରେ ମାଡ଼ୁଛି। ଫଳରେ ଚାଷୀଙ୍କ ଧାନ ଫସଲ ଅମଳକୁ ନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇଛନ୍ତି ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି । ବିଶେଷକରି କେନାଲ ପାଶର୍‌ବ ଜମି ହଡ଼ପ, କିଆ ବାରିଆ, ଅଳାପାହି, ବାଘୁଆ ମେଦ, ବେତ ବେଲାରି, ଟାଙ୍କି ବେଲାରି ଓ ଖେଣ୍ଟାଗୋଜ ଆଦି ଚାଷ ଜମିରେ କେନାଲ ଜଳ ମାଡ଼ୁଛି । ଧାନ ପିଲ ବାହାରିବା ପରିବର୍ତ୍ତେ ଖେଣ୍ଟା ହୋଇ ଗଛ ନାଲି ପଡିଛି ବୋଲି ଚାଷୀ ହରି ରାଉତ, ସହଦେବ ରାଉତ, ଫକୀର ଦାସ, ପରିତୋଷ ମଣ୍ଡଳ, ରବୀନ୍ଦ୍ର ମୁର୍ମୁ ଓ ଲାଲୁ ମଣ୍ଡଳ ପ୍ରମୁଖ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri