Posted inଖେଳ

ଆସାମ ଚାମ୍ପିୟନ, ଝାଡ଼ଖଣ୍ଡ ରନରଅପ୍‌

ଭୁବନେଶ୍ୱର, ୨୩ା୯(ବିଜୟ ରଣା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ୨୦୨୩ରେ ଆସାମ ଚାମ୍ପିୟନ ହୋଇଛି। ଶୁକ୍ରବାର କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଦଳ ୫୩ ରନରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆସାମ ରିୟାନ ପରାଗ (୫୬ ବଲ୍‌ରୁ ୧୧୯ରନ)ଙ୍କ ଶତକ ଓ ପଲ୍ଲଭ କୁମାର ଦାସ (୨୮ ବଲ୍‌ରୁ ୫୧)ଙ୍କ ଅର୍ଦ୍ଧଶତକ ସହାୟତାରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ବିନିମୟରେ ୨୧୯ ରନ କରିଥିଲା। ବିପକ୍ଷ ଦଳର ସୁଶାନ୍ତ ମିଶ୍ର ଓ ବିକାଶ ସିଂ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଜବାବରେ ଝାଡ଼ଖଣ୍ଡ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ବିନିମୟରେ ୧୬୬ ରନ କରିବାରେ ସମର୍ଥ ହୋଇଥିଲା। ଟପ୍‌ ସ୍କୋରର ଅନୁକୂଳ ରୟ ୪୨ ଏବଂ ପଙ୍କଜ କୁମାର ୩୧ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ମୁକ୍ତାର ହୁସେନ ୩ ଏବଂ ଆକାଶ ସେନଗୁପ୍ତା ଓ ରିୟାନ ପରାଗ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଏହି ଉପଲକ୍ଷେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ଚାମ୍ପିୟନ ଆସାମ ୧୦ ଲକ୍ଷ, ରନରଅପ୍‌ ଝାଡ଼ଖଣ୍ଡ ୫ଲକ୍ଷ ଏବଂ ରିୟାନ ପରାଗ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ଭାବେ ୫୦ ହଜାର ଏବଂ ପ୍ଲେୟର ଅଫ୍‌ ଦି ଫାଇନାଲ ଭାବେ ୧୦ ହଜାର ଟଙ୍କା ପାଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଶୋକ ପରିଜା (ଓଡ଼ିଶାର ଆଡଭୋକେଟ ଜେନେରାଲ) ଏବଂ ସମ୍ମାନିତ ଅତିଥି ଭାବେ ଆଶୀର୍ବାଦ ବେହେରା (ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ସମ୍ପାଦକ), ଡକ୍ଟର ଖାରବେଳ ମହାନ୍ତି (ସ୍ବର୍ଗତ ଭୈରବ ଚନ୍ଦ୍ର ମହାନ୍ତିଙ୍କ ପୁତ୍ର) ଏବଂ ଅଭିଜିତ ପାଲ୍‌ (ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସମ୍ପାଦକ) ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓସିଏ କର୍ମକର୍ତ୍ତା ଉପସଭାପତି ପଙ୍କଜଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ଓ କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଉପସ୍ଥିତ ଥିଲେ। ଏହାଛଡ଼ା ଓସିଏର ବହୁ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri