Posted inଖେଳ

ଆସାମ ଚାମ୍ପିୟନ, ଝାଡ଼ଖଣ୍ଡ ରନରଅପ୍‌

ଭୁବନେଶ୍ୱର, ୨୩ା୯(ବିଜୟ ରଣା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ୨୦୨୩ରେ ଆସାମ ଚାମ୍ପିୟନ ହୋଇଛି। ଶୁକ୍ରବାର କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଦଳ ୫୩ ରନରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆସାମ ରିୟାନ ପରାଗ (୫୬ ବଲ୍‌ରୁ ୧୧୯ରନ)ଙ୍କ ଶତକ ଓ ପଲ୍ଲଭ କୁମାର ଦାସ (୨୮ ବଲ୍‌ରୁ ୫୧)ଙ୍କ ଅର୍ଦ୍ଧଶତକ ସହାୟତାରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ବିନିମୟରେ ୨୧୯ ରନ କରିଥିଲା। ବିପକ୍ଷ ଦଳର ସୁଶାନ୍ତ ମିଶ୍ର ଓ ବିକାଶ ସିଂ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଜବାବରେ ଝାଡ଼ଖଣ୍ଡ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ବିନିମୟରେ ୧୬୬ ରନ କରିବାରେ ସମର୍ଥ ହୋଇଥିଲା। ଟପ୍‌ ସ୍କୋରର ଅନୁକୂଳ ରୟ ୪୨ ଏବଂ ପଙ୍କଜ କୁମାର ୩୧ ରନ କରିଥିଲେ। ବିଜୟୀ ଦଳ ପକ୍ଷରୁ ମୁକ୍ତାର ହୁସେନ ୩ ଏବଂ ଆକାଶ ସେନଗୁପ୍ତା ଓ ରିୟାନ ପରାଗ ୨ଟି ଲେଖାଏଁ ଉଇକେଟ ନେଇଥିଲେ। ଏହି ଉପଲକ୍ଷେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ଚାମ୍ପିୟନ ଆସାମ ୧୦ ଲକ୍ଷ, ରନରଅପ୍‌ ଝାଡ଼ଖଣ୍ଡ ୫ଲକ୍ଷ ଏବଂ ରିୟାନ ପରାଗ ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ଭାବେ ୫୦ ହଜାର ଏବଂ ପ୍ଲେୟର ଅଫ୍‌ ଦି ଫାଇନାଲ ଭାବେ ୧୦ ହଜାର ଟଙ୍କା ପାଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଶୋକ ପରିଜା (ଓଡ଼ିଶାର ଆଡଭୋକେଟ ଜେନେରାଲ) ଏବଂ ସମ୍ମାନିତ ଅତିଥି ଭାବେ ଆଶୀର୍ବାଦ ବେହେରା (ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶାର ସମ୍ପାଦକ), ଡକ୍ଟର ଖାରବେଳ ମହାନ୍ତି (ସ୍ବର୍ଗତ ଭୈରବ ଚନ୍ଦ୍ର ମହାନ୍ତିଙ୍କ ପୁତ୍ର) ଏବଂ ଅଭିଜିତ ପାଲ୍‌ (ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସମ୍ପାଦକ) ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓସିଏ କର୍ମକର୍ତ୍ତା ଉପସଭାପତି ପଙ୍କଜଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା ଓ କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଉପସ୍ଥିତ ଥିଲେ। ଏହାଛଡ଼ା ଓସିଏର ବହୁ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri