Posted inଜାତୀୟ

କୋଟି କୋଟି ଟଙ୍କାର ଡ୍ରଗ୍ସ ଉପରେ ବୁଲଡୋଜର ଚଢାଇଲେ ମୁଖ୍ୟମନ୍ତ୍ରୀ

ଗୁଆହାଟି,୧୯।୭: ଆସାମରେ ପ୍ରତିବର୍ଷ ବହୁ ପରିମାଣର ଡ୍ରଗ୍ସ ଜବତ କରାଯାଏ। ରାଜ୍ୟରେ କୋଟି କୋଟି ଟଙ୍କାର ବେଆଇନ ଡ୍ରଗ କାରବାର ହୋଇଥାଏ। ଏହି ଡ୍ରଗ କାରବାର ବିରୋଧରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ ଅଭିଯାନ ଆରମ୍ଭ କରିଛନ୍ତି। ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ସେ ନିଜେ ବୁଲଡୋଜର ଚଳାଇ ପୋଲିସ ଧରିଥିବା ଡ୍ରଗ୍ସକୁ ନଷ୍ଟ କରୁଥିବା ଦେଖାଯାଇଛି। କୁହାଯାଉଛି ଯେ ଏହି ଭିଡିଓ ଆସାମର ନଗାଁଓରୁ ଆସିଛି। ସେଠାରେ ‘ସିଜ୍‌ଡ ଡ୍ରଗ୍ସ ଡିସ୍ପୋଜାଲ୍‌’ ନାମକ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଡ୍ରଗ୍ସ ଉପରେ ବୁଲଡୋଜର ଚଳାଇଥିଲେ।
ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସାରମା ମଧ୍ୟ ତାଙ୍କ ଟୁଇଟରେ ଏହାର କିଛି ଫଟୋ ଶେୟାର କରିଥିଲେ। ଏଥିରେ ସେ କହିଛନ୍ତି ଯେ, ହୋଜାଇରେ ‘ସିଜ୍‌ଡ ଡ୍ରଗ୍ସ ଡିସ୍ପୋଜାଲ୍‌’ କାର୍ଯ୍ୟକ୍ରମ ଅଧୀନରେ ଡ୍ରଗ୍ସ ପୋଡି ଦିଆଯାଇଛି। ଏହି ସମୟରେ ୩୫୩.୬୨ ଗ୍ରାମ ହିରୋଇନ, ୭୩୭.୭୩ କିଲୋଗ୍ରାମ ଗଞ୍ଜେଇ ଏବଂ ୪୫,୮୪୩ ବିଷାକ୍ତ ଟାବଲେଟରେ ନିଆଁ ଲାଗିଯାଇଥିଲା। ଅନ୍ୟପକ୍ଷରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି ଯେ, ରାଜ୍ୟରେ ବେଆଇନ ଡ୍ରଗ୍ସ କାରବାର ବାର୍ଷିକ ପାଞ୍ଚ ହଜାର କୋଟି ଟଙ୍କା ରହିଛି। ଏହା ସହିତ ଡ୍ରଗ୍ସ ବିରୋଧରେ ଲଢେଇ ଜାରି ରଖିବାକୁ ସେ ପୋଲିସକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନାମ ଧରି…

ସିର୍‌ସି/ନୂଆଦିଲ୍ଲୀ,୨୯ା୪:କେନ୍ଦ୍ରରେ କ୍ଷମତାସୀନ ଭାଜପା ଏଥର ମଧ୍ୟ ‘ରାମ ନାମ’ ଧରି ଲୋକ ସଭା ନିର୍ବାଚନ ବୈତରଣୀ ପାର ହେବାକୁ ଉଦ୍ୟମ ଚଳାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ...

ଭାରତ ମହାସାଗର ହେବ ସ୍ଥାୟୀ ଗ୍ରୀଷ୍ମ ଲହର ଅଞ୍ଚଳ

ନୂଆଦିଲ୍ଲୀ,୨୯ା୪ (ପି.ଟି.):ଭାରତରେ କିଛିଦିନ ହେଲା ଗ୍ରୀଷ୍ମ ଲହର ଜାରି ରହିଥିବାବେଳେ ଓଡ଼ିଶା ସମେତ କର୍ନାଟକ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ କେରଳରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେଉଛି।...

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri