Posted inଜାତୀୟ

ଆସାମ ମୁଖ୍ୟମନ୍ତ୍ରୀ କହିଲେ ଶାହାରୁଖ କିଏ ମୁଁ ତାଙ୍କୁ ଜାଣିନାହିଁ: କିଛି ଘଣ୍ଟା ପରେ କିଙ୍ଗ୍‌ ଖାନ୍‌ କଲେ ଫୋନ…

ଗୁଆହାଟୀ,୨୨।୧ : ପଠାନ ଫିଲ୍ମକୁ ନେଇ ଉପୁଜି ଥିବା ବିବାଦକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଶନିବାର କହିଥିଲେ ଯେ, ଶାହାରୁଖ ଖାନ୍‌ କିଏ ମୁଁ ତାଙ୍କୁ ଚିହ୍ନି ନାହିଁ। ଜାନୁୟାରୀ ୨୫ରେ ଏହି ଫିଲ୍ମ ରିଲିଜ ହେବାକୁ ଯାଉଥିବାବେଳେ ବଜରଙ୍ଗ ଦଳ ପକ୍ଷରୁ ରାଜ୍ୟରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ହିମନ୍ତ କହିଥିଲେ ଯେ, ସେହିଦିନ ଆସାମରେ ଡାକ୍ତର ବେଜ ବରୁଆ ପାର୍ଟ-୨ ରିଲିଜ ହେଉଛି। ଲୋକେ ତାକୁ ଦେଖନ୍ତୁ। ପଠାନ ଦେଖିବାର ଆବଶ୍ୟକତା ନାହିଁ।

ମୁଖ୍ୟମନ୍ତ୍ରୀ ଏଭଳି କହିବାର କିଛି ଘଣ୍ଟା ପରେ କିଙ୍ଗ୍‌ ଖାନ୍‌ ତାଙ୍କ ପାଖକୁ ଫୋନ କରିଛନ୍ତି। ଏନେଇ ଏକ ଟୁଇଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବଲିଉଡ ଅଭିନେତା ଶାହାରୁଖ ମୋତେ ଫୋନ କରିଥିଲେ ଏବଂ ଆମେ ଶନିବାର-ରବିବାର ରାତି ୨ ଟାରେ କଥା ହୋଇଛୁ। ତାଙ୍କ ଫିଲ୍ମର ସ୍କ୍ରିନିଂ ସମୟରେ ଗୁଆହାଟୀରେ ଘଟିଥିବା ଏକ ଘଟଣାକୁ ନେଇ ସେ ଉଦବେଗ ପ୍ରକାଶ କରିଥିଲେ। ମୁଁ ତାଙ୍କୁ ଆଶ୍ୱାସନା ଦେଇଥିଲି ଯେ ଆଇନ ଏବଂ ଶୃଙ୍ଖଳା ବଜାୟ ରଖିବା ରାଜ୍ୟ ସରକାରଙ୍କ କର୍ତ୍ତବ୍ୟ। ଆମେ ଅନୁସନ୍ଧାନ କରିବୁ ଏବଂ ନିଶ୍ଚିତ କରିବୁ ଯେ ଆଉ ଯେପରି ଏପରି ଅପ୍ରିୟ ଘଟଣା ଘଟିବ ନାହିଁ।

ସୂଚନାଯୋଗ୍ୟ, ଫିଲ୍ମର ବେସରମ ରଙ୍ଗ… ଗୀତରେ ଅଭିନେତ୍ରୀ ଦୀପିକା ଏକ ଗୈରିକ ରଙ୍ଗର ବିକିନ ପିନ୍ଧିଛନ୍ତି। ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri