Posted inଜାତୀୟ

ଆକ୍ସନ ମୁଡ୍‌ରେ ହିମନ୍ତ ସରକାର: ଆସାମରେ ବାଲ୍ୟ ବିବାହ ମାମଲାରେ ୧,୮୦୦ ଗିରଫ

ଗୁଆହାଟୀ,୩।୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛନ୍ତି। ହିମନ୍ତ ସରକାର ଏହି କୁପ୍ରଥା ବିରୋଧରେ ଅଭିଯାନକୁ ଜୋରଦାର କରିଛନ୍ତି। ଶୁକ୍ରବାର ଆସାମ ପୋଲିସ ବାଲ୍ୟ ବିବାହ ମାମଲାରେ ୧୮୦୦ ଲୋକଙ୍କୁ ଗିରଫ କରିଥିବା ଜଣାପଡ଼ିଛି।

ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଟୁଇଟ୍‌ କରି କହିଛନ୍ତି, ରାଜ୍ୟରେ ବାଲ୍ୟ ବିବାହ ନିଷେଧ ଅଧିନିୟମର ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରାଯାଉଛି। ଏପର୍ଯ୍ୟନ୍ତ ୧,୮୦୦ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି। ଶୁକ୍ରବାର ସକାଳେ ଏହି ଅପରେଶନ ଆରମ୍ଭ ହୋଇଥିଲା। ଏହା ଆଗାମୀ କିଛି ଦିନ ଧରି ଚାଲିବ। ତେବେ ଏହି ମାମଲାରେ ପୋଲିସକୁ ‘ଶୂନ୍ୟ ସହନଶୀଳତା‘ ନୀତି ଆପଣାଇବାକୁ ସେ ନିର୍ଦ୍ଦେଶ ଦେଇଥିବା କହିଛନ୍ତି।

ଆଇନ କଣ?
ଆସାମ ସରକାର ୧୪ ବର୍ଷରୁ କମ ବାଳିକାଙ୍କୁ ବିବାହ କରୁଥିବା ପୁରୁଷମାନଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ଏବଂ କିମ୍ବା POCSO ଅଧିନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଯେଉଁ ପୁରୁଷମାନେ ୧୪-୧୮ ବର୍ଷ ବୟସର ବାଳିକାଙ୍କୁ ବିବାହ କରିଛନ୍ତି, ସେମାନଙ୍କୁ ବାଲ୍ୟ ବିବାହ ନିଷେଧ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସରକାର କାହିଁକି କଠୋର ହେଲେ?
ଆସାମରେ ବାଲ୍ୟ ବିବାହ ହେତୁ ମାତୃ ଓ ଶିଶୁ ମୃତ୍ୟୁହାର ଅଧିକ ରହିଛି। ଶିଶୁଙ୍କ ମୃତ୍ୟୁ ହାର ଏବଂ ମାତୃ ମୃତ୍ୟୁହାରର ମୁଖ୍ୟ କାରଣ ବାଲ୍ୟ ବିବାହ ରହିଛି। ଏହାକୁ ରୋକିବା ପାଇଁ ସରକାର ବର୍ତ୍ତମାନ ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri