Posted inଜାତୀୟ

ଆସାମ ମୁଖ୍ୟମନ୍ତ୍ରୀ ଖର୍ଚ୍ଚ କରିଛନ୍ତି ୧୩୦ କୋଟିରୁ ଅଧିକ

ଗୁଆହାଟି,୧୬ ।୩: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ନେତୃତ୍ୱର ଆସାମ ସରକାର ଗତ ୨ ବର୍ଷରେ ବିଜ୍ଞାପନରେ ୧୩୦.୫୯ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । ପୂର୍ବ ସରକାରଙ୍କ ତୁଳନା କଲେ ସର୍ବାନନ୍ଦ ସୋନୋୱାଲଙ୍କ ସରକାର ତାଙ୍କର ସମ୍ପୂର୍ଣ୍ଣ ୫ ବର୍ଷର କାର୍ଯ୍ୟକାଳରେ ୧୨୫.୬ କୋଟି ଟଙ୍କା ଖର୍ଚ୍ଚ କରିଥିଲେ । ଏହି ତୁଳନାରେ ସରମା ବିଜ୍ଞାପନରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ରେକର୍ଡକୁ ପଛରେ ପକାଇ ଦେଇଛନ୍ତି ।

ଆସାମ ସରକାରଙ୍କ ପକ୍ଷରୁ ବିଧାନସଭାରେ ଏହି ସୂଚନା ଦିଆଯାଇଛି । ନିର୍ଦ୍ଦଳୀୟ ବିଧାୟକ ଅଖିଲ ଗୋଗୋଇଙ୍କ ପ୍ରଶ୍ନର ଉତ୍ତରରେ ସୂଚନା ଓ ଜନସମ୍ପର୍କ ମନ୍ତ୍ରୀ ପିୟୁଷ ହଜାରିକା କହିଛନ୍ତି, ମୁଖ୍ୟମନ୍ତ୍ରୀ ସରମା ବର୍ତ୍ତମାନ ସରକାର ୨୦୨୧-୨୨ ଓ ୨୦୨୨-୨୩ ସମୟରେ ବିଜ୍ଞାପନ ପାଇଁ ତାଙ୍କ ବିଭାଗରୁ ପ୍ରାୟ ୧୩୨ କୋଟି ଟଙ୍କା ଜାରି କରିଛନ୍ତି । ସେ କହିଛନ୍ତି, ୨୦୧୬-୧୭ରୁ ୨୦୨୦-୨୧ ପର୍ଯ୍ୟନ୍ତ ସରକାରୀ ପବ୍ଲିକେଶନ ଆଡର୍ଭଟାଇଜମେଣ୍ଟରେ ମୋଟ ୧୨୫.୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?