Posted inଜାତୀୟ

କାଜିରଙ୍ଗା ଜାତୀୟ ଉଦ୍ୟାନରେ ଗଣ୍ଡାକୁ ଧକ୍କା ଦେବା ପଡିଲା ମହଙ୍ଗା: ହେଲା କାର୍ଯ୍ୟାନୁଷ୍ଠାନ

ଦିସପୁର, ୧୦।୧୦: ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ପରିସରରେ ରବିବାର ଏକ ଗଣ୍ଡା ରାସ୍ତା ପାର୍‌ ହୋଉଥିବା ବେଳେ ଟ୍ରକ୍‌ ଧକ୍କା ଦେଇଛି। ଯାହାର ଭିଡିଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାସହ ଟ୍ରକ୍‌ ଡ୍ରାଇଭରଙ୍କୁ ଅଟକାଇ ଜରିମାନା କରାଯାଇଥିବା ମୁଖ୍ୟମନ୍ତ୍ରୀ ଶର୍ମା କହିଛନ୍ତି। ଭିତ୍ତିଭୂମି ସମ୍ପ୍ରସାରଣ ଏବଂ ବିକାଶ ପ୍ରକଳ୍ପ ଯୋଗୁ ସଡ଼କ ଦୁର୍ଘଟଣାରେ ବନ୍ୟଜନ୍ତୁଙ୍କ ମୃତ୍ୟୁ ବାରମ୍ବାର ଚିନ୍ତାର କାରଣ ହୋଇଛି। ଅପରାଧୀଙ୍କ ବିରୋଧରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ହିମନ୍ତ ବିଶ୍ୱ ଶର୍ମା ଶେୟାର କରିଥିବା ଭିଡିଓରେ ଏକ ଗଣ୍ଡା ହଠାତ୍‌ ରାଜପଥକୁ ଆସିବା ପରେ ଟ୍ରକ୍‌ଟି ଗଣ୍ଡାକୁ ଧକ୍କା ଦେଇଥିଲା। ଫଳରେ ଗଣ୍ଡାଟି ତଳେ ପଡିଯାଇଥିଲା। କିଛି ସମୟ ପରେ ପୁଣି ଉଠି ଜଙ୍ଗଲ ଭିତରକୁ ପଳାଇଥିଲା। ମୁଖ୍ୟମନ୍ତ୍ରୀ କହିଛନ୍ତି , ଗଣ୍ଡା ଆମର ବନ୍ଧୁ । ସେମାନଙ୍କ ଜାଗାରେ କୌଣସି ଉଲ୍ଲଂଘନକୁ ଅନୁମତି ଦିଅନ୍ତୁ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri