Posted inଜାତୀୟ

ଭଗବାନ ଶିବଙ୍କ ବେଶରେ ଦରଦାମ୍‌ ବୃଦ୍ଧିକୁ ବିରୋଧ କରୁଥିବା ଯୁବକ ଗିରଫ

ଗୁଆହାଟୀ,୧୦।୭: ଫିଲ୍ମ କାଳୀ ପୋଷ୍ଟରକୁ ନେଇ ଦେଶବ୍ୟାପୀ ଅସନ୍ତୋଷ ମଧ୍ୟରେ ଆସାମର ନାଗାଓଁରେ ପଥପ୍ରାନ୍ତ ନାଟକକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ପଥପ୍ରାନ୍ତ ନାଟକରେ ଭଗବାନ ଶିବଙ୍କ ଭୂମିକା ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ ଗିରଫ କରାଯାଇଛି।
ଗିରଫ ବ୍ୟକ୍ତି ଜଣକ ଭଗବାନ ଶିବଙ୍କ ବେଶଧାରଣ କରି ଇନ୍ଧନ ମୂଲ୍ୟ ବୃଦ୍ଧିକୁ ବିରୋଧ କରିଥିଲେ। ଭିଏଚପି ଏବଂ ବଜରଙ୍ଗ ଦଳର ଅଭିଯୋଗକୁ ଭିତ୍ତି କରି ତାଙ୍କୁ ଗିରଫ କରିଥିଲା। ତେବେ ପରେ ତାଙ୍କୁ ଜାମିନ ମିଳିଥିଲା।
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଯଦି କିଛି ଆପତ୍ତିଜନକ ଶବ୍ଦର ବ୍ୟବହାର ହୋଇ ନ ଥାଏ ତେବେ ଏପରି ପୋଷାକ ପିନ୍ଧିବା ଅପରାଧ ନୁହେଁ। ଏନେଇ ନାଗାଁଓ ପୋଲିସକୁ ଉପଯୁକ୍ତ ନିର୍ଦ୍ଦେଶ ଜାରି କରାଯାଇଛି।
ସୂଚନାଯୋଗ୍ୟ, ଏହି ସମଗ୍ର ଘଟଣା ଆସାମର ନାଗାଓଁ ଜିଲାରେ ଘଟିଛି। ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି, ବେକାରୀ ଏବଂ ମୁଦ୍ରାସ୍ଫୀତି ସମସ୍ୟାକୁ ବିରୋଧ କରି ଏଠାରେ ଦୁଇଜଣ କଳାକାର ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରିଥିଲେ। ଜଣେ ଶିବଙ୍କ ଏବଂ ଅନ୍ୟଜଣେ ପାର୍ବତୀଙ୍କ ବେଶ ଧାରଣ କରିଥିଲେ। ଦୁହେଁ ଏକ ମୋଟର ସାଇକେଲରେ ବୁଲି ବିରୋଧ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri