Posted inଜାତୀୟ

ଆସାମ ବନ୍ୟା ବିତ୍ପାତ: ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ…

ଗୁଆହାଟୀ,୨୬।୬ : ଆସାମରେ ବନ୍ୟା ପରିସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ରାଜ୍ୟର ୨୨ ଟି ଜିଲାରେ ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସାଧାରଣ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ବନ୍ୟା ଯୋଗୁଁ ଶହ ଶହ ଗାଁ ଜଳମଗ୍ନ ହୋଇଛି। ଲୋକଙ୍କ ପାଖରେ ଘର ନାହିଁ ଏବଂ ପେଟ ପାଇଁ ଖାଦ୍ୟ ମିଳୁନାହିଁ । ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ବନ୍ୟାରେ ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ୧୩୬୭ ଟି ଗାଁ ପାଣିରେ ବୁଡି ରହିଛି। ଏଥି ମଧ୍ୟରେ ବାଜଲି, ବକସା, ବାରପେଟା, ଡାରାଙ୍ଗ, ଧୁବ୍ରି, ଡିବ୍ରୁଗଡ, ଗୋଲପାରା, ଗୋଲାଗର, ଜୋରହାଟ, କାମ୍ରୁପ, ଲାକିପୁର, ନାଗାଓଁ, ନାଲବାରୀ ଏବଂ ତମୁଲପୁର ଜିଲାର ବହୁ ଗ୍ରାମ ଅନ୍ତର୍ଭୁକ୍ତ। ଅନ୍ୟପକ୍ଷରେ ବାରପେଟା ଜିଲାର ଲୋକମାନେ ଅଧିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ବନ୍ୟା ଯୋଗୁଁ ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ବାଲାଜୀରେ ୬୦,୭୦୭ ଲୋକ, ଲଖିମପୁରରେ ୨୨,୦୬୦ ଏବଂ ନାଲବାରୀ ଜିଲାରେ ଦଶ ହଜାର ୩୫୧ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମରେ ୫୯,୩୬.୬୩ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି ।

ବନ୍ୟା ପରିସ୍ଥିତିର ସମ୍ମୁଖୀନ ହେଉଥିବା ଲୋକଙ୍କ ପାଇଁ ପ୍ରଶାସନ ବିଭିନ୍ନ ଜିଲାରେ ୮୩ ଟି ରିଲିଫ କ୍ୟାମ୍ପ ଏବଂ ୧୦୪ ଟି ରିଲିଫ ବଣ୍ଟନ କେନ୍ଦ୍ର ସ୍ଥାପନ କରିଛି। ୪୩,୦୬୪ ଲୋକ ଅସ୍ଥାୟୀ ଶିବିରରେ ଆଶ୍ରୟ ନେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନାଲବାରୀରେ ବନ୍ୟାରେ ୨୨୨ ପ୍ରାଣୀ ଭାସି ଯାଇଛନ୍ତି। ଏହି ସମୟରେ ପ୍ରାୟ ୧,୨୯୦ ଘର ନଷ୍ଟ ହୋଇଯାଇଛି। ଏଥିସହ ତମୁଲପୁରରେ ତିନୋଟି ଡ୍ୟାମ ଭାଙ୍ଗିଥିବାବେଳେ ସାତୋଟି ଡ୍ୟାମ ନଷ୍ଟ ହୋଇଯାଇଛି। ଏହା ସହିତ ୯୨ ଟି ରାସ୍ତା, ୩ ଟି ପୋଲ ଏବଂ ଅନେକ ଅଙ୍ଗନୱାଡି କେନ୍ଦ୍ର କ୍ଷତିଗ୍ରସ୍ତ ହୋଇଛି। ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ କହିଛି ଯେ ଆସାମରେ ସ୍ଥିତିରେ ସୁଧାର ଆସୁଛି, କିନ୍ତୁ ବାରପେଟା ଜିଲାରେ ସମସ୍ୟା ଜାରି ରହିଛି। ଆସାମର ତଳିଆ ଜିଲାର ୧୬୭ ଟି ଗାଁରେ ପ୍ରାୟ ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଏଥି ସହିତ, ୩୮୨.୭୫ ହେକ୍ଟର ଅଞ୍ଚଳ ପାଣିରେ ବୁଡ଼ିଯାଇଛି।

ବନ୍ୟା ଯୋଗୁଁ ପ୍ରାୟ ୩ ଲକ୍ଷରୁ ଅଧିକ ପ୍ରାଣୀ ମଧ୍ୟ ପ୍ରଭାବିତ ହୋଇଛନ୍ତି। ବାରପେଟାର ଜିଲା ପ୍ରଶାସନ ୫୯ ଟି ରିଲିଫ କ୍ୟାମ୍ପ ଏବଂ ୫୩ ଟି ରିଲିଫ ବଣ୍ଟନ କେନ୍ଦ୍ର ସ୍ଥାପନ କରି ଲୋକଙ୍କୁ ସାହାଯ୍ୟ କରୁଛନ୍ତି। ଉଦ୍ଧାର କାର୍ଯ୍ୟରେ ସେନା, ପାରାମିଲିଟାରୀ ଫୋର୍ସ, ନ୍ୟାଶନାଲ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ), ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏସଡିଆରଏଫ), ଅଗ୍ନି ଏବଂ ଜରୁରୀକାଳୀନ ସେବା , ନାଗରିକ ପ୍ରଶାସନ, ବେସରକାରୀ ସଂଗଠନ (ଏନଜିଓ) ଏବଂ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?