Posted inଜାତୀୟ

ଆସାମରେ ବନ୍ୟା ବିତ୍ପାତ: ଟ୍ରାକ୍‌ରେ ଓଲଟିପଡ଼ିଲା ଟ୍ରେନ୍‌

ଗୁଆହାଟି,୧୭।୫: ଆସାମରେ ଲଗାତର ଭାବେ ବର୍ଷା ଲାଗିରହିଛି। ଫଳରେ ସହରର ଅନେକ ସ୍ଥାନରେ ଜଳାର୍ଣ୍ଣବ ହୋଇଯାଇଛି। ସେହିପରି ବର୍ଷା ଯୋଗୁ ଅନେକ ଅଞ୍ଚଳ ବନ୍ୟା ଓ ଭୂସ୍ଖଳନ ହେତୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଜ୍ୟର ପ୍ରାୟ ୨୦ଟି ଜିଲା ପ୍ରଭାବିତ ହୋଇଥିବା ବେଳେ ପାଣି ଘେରରେ ପ୍ରାୟ ୧.୯୭ଲକ୍ଷ ଲୋକ ରହିଥିବା ସୂଚନା ରହିଛି। ଆସାମ ଓ ପଡ଼ୋଶୀ ରାଜ୍ୟ ମେଘାଳୟ,ଅରୁଣାଚଳ ପ୍ରଦେଶରେ ଗତ କିଛି ଦିନରୁ ଲଗାତର ବର୍ଷା ଯୋଗୁ ନଦୀଗୁଡ଼ିକରେ ପାଣିର ସ୍ତର ବୃଦ୍ଧି ପାଇଥିବା ବେଳେ କୋପିଲି ନଦୀରେ ପାଣି ବିପଦ ସଙ୍କେତ ଉପରେ ବୋହୁଛି। ଅନ୍ୟପଟେ ଲଗାତର ବର୍ଷା ଓ ଭୂସ୍ଖଳନ ଯୋଗୁ ଆସାମର ଦିମା ହସାଓ ଜିଲାର ହାଫଲୋଙ୍ଗ ଷ୍ଟେସନ ଏବେ ପାଣି ଘେରରେ। ବନ୍ୟା ପାଣିରେ ବୁଡ଼ିରହିଥିବା ଏହି ଷ୍ଟେସନର ଏକ ଭିଡିଓ ଏବେ ସାମ୍ନାକୁ ଆସିଛି। ଦେଖୁ ଦେଖି କିଭଳି ପାଣିର ସୁଅରେ ଷ୍ଟେସନରେ ଠିଆ ହୋଇଥିବା ଏକ ଟ୍ରେନ୍‌ ଟ୍ରାକ୍‌ରୁ ଓଲଟି ପଡ଼ୁଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବନ୍ୟା ଯୋଗୁ ଟ୍ରେନ୍‌ ଯାତ୍ରା ମଧ୍ୟ ପ୍ରଭାବିତ ହୋଇଛି। ସେହିପରି ନାଗାଅଁ ଜିଲାର କାମପୁର ଅଞ୍ଚଳ ମଧ୍ୟ ବନ୍ୟା ଯୋଗୁ ପ୍ରଭାବିତ ହୋଇଛି। ହଜାର ହଜାର ଲୋକ ଉକ୍ତ ଗାଁରେ ପାଣି ଘେରରେ ଫସିରହିଛନ୍ତି। ଫଳରେ ପ୍ରଶାସନ ପକ୍ଷରୁ ସେମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସହାୟତା ପାଇଁ ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ଅର୍ଦ୍ଧସୈନିକ ବଳ, ଅଗ୍ନିଶମ ବିଭାଗ, ଜରୁରୀକାଳୀନ ସେବା, ଏସ୍‌ଡିଆରଏଫ୍‌, ନାଗରିକ ପ୍ରଶାସନ ଓ ତାଲିମପ୍ରାପ୍ତ ସ୍ବେଚ୍ଛାସେବୀମାନଙ୍କୁ ରେସକ୍ୟୁରେ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri