Posted inଜାତୀୟ

ଆସାମ-ତ୍ରିପୁରାରେ ବନ୍ୟା ବିତ୍ପାତ: ୫୫ଲୋକଙ୍କ ମୃତ୍ୟୁ, ୧୯ଲକ୍ଷ ପ୍ରଭାବିତ

ଡିସପୁର/ଅଗରତାଲା,୧୮।୬: ଆସାମ ଓ ତ୍ରିପୁରାରେ ବନ୍ୟା ବିତ୍ପାତ ଦେଖାଦେଇଛି। ଏହି ବନ୍ୟା ବିତ୍ପାତ ଯୋଗୁ ଏପର୍ଯ୍ୟନ୍ତ ୫୫ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱା ଶର୍ମାଙ୍କୁ ଫୋନରେ ରାଜ୍ୟରେ ବର୍ତ୍ତମାନର ବନ୍ୟା ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ବନ୍ୟା ପ୍ରଭାବିତ ଲୋକମାନେ ସମ୍ମୁଖୀନ ହେଉଥିବା ଅସୁବିଧାକୁ ନେଇ ମୋଦି ଚିନ୍ତା ପ୍ରକଟ କରିବା ସହ କେନ୍ଦ୍ର ପକ୍ଷରୁ ଯଥା ସମ୍ଭବ ସହାୟତା କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଆସାମର ୨୮ଟି ଜିଲାରେ ବନ୍ୟା ଯୋଗୁ ୧୮.୯୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟରେ ବନ୍ୟା ଓ ଭୂସ୍ଖଳନ ଯୋଗୁ ବର୍ତ୍ତମାନ ସୁଦ୍ଧା ୫୫ଜଣଙ୍କର ମୃତ୍ୟୁ ଘଟିଛି।
ଏତଦ୍‌ ବ୍ୟନୀତ ଆସାମର ହୋଜାଇ ଜିଲାରେ ବନ୍ୟା ପ୍ରଭାବିତ ଲୋକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ବୁଡ଼ି ଯାଇଥିବା ବେଳେ ୩ଜଣ ପିଲା ନିଖୋଜ ଅଛନ୍ତି। ବାକି ଅନ୍ୟ ୨୧ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଶନିବାର ଏନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି। ଅନ୍ୟପଟେ ପଶ୍ଚିମ ତ୍ରିପୁରା ଜିଲାରେ ପ୍ରବଳ ବର୍ଷା ହେତୁ ବନ୍ୟାରେ ୨ହଜାରରୁ ଅଧିକ ଲୋକ ବିସ୍ଥାପିତ ହୋଇଛନ୍ତି। ସେମାନେ ୨୦ଟି ରିଲିଫ କ୍ୟାମ୍ପରେ ଆଶ୍ରୟ ନେଇଛନ୍ତି। ତେବେ ଏପର୍ଯ୍ୟନ୍ତ କୌଣସି ମୃତାହତ ହୋଇ ନ ଥିବା ନେଇ ଶନିବାର ଅଧିକାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri