Posted inଜାତୀୟ

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୧୭ା୭(ଆଇଏଏନ୍‌ଏସ୍‌):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ ପ୍ରାୟ ୪୦ ଲକ୍ଷ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏହାବ୍ୟତୀତ ବନ୍ୟାରେ ୭୬ ବନ୍ୟ ପ୍ରାଣୀଙ୍କ ମୃତ୍ୟୁ ହେବା ସହ ୧୨୧ ପ୍ରାଣୀଙ୍କୁ ଉଦ୍ଧାର କରାଯାଇଛି। ୨,୨୦୦ରୁ ଊର୍ଦ୍ଧ୍ୱ ଗଣ୍ଡାଙ୍କ ବାସସ୍ଥାନ ବିଶ୍ୱପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନର ୯୫ ପ୍ରତିଶତ ଜଳାର୍ଣ୍ଣବ ହୋଇଛି। ମାସେରୁ ଊର୍ଦ୍ଧ୍ୱ ସମୟ ହେଲା ଆସାମର ସୋନିତପୁର, ବିଶ୍ୱନାଥ, ତିନସୁକିଆ, ଲକ୍ଷ୍ମୀପୁର, ବୋଙ୍ଗାଇଗାଁଓ, କାମରୂପ, ଗୋଲାଘାଟ, ଶିବସାଗର, ମୋରିଗାଁଓ, ଧୁବ୍ରି, ନାଗାଓଁ, ନାଲବାରୀ, ବରପେଟା, ଧେମାଜି, ଟଦଲଗୁରି, ଗୋଲପରା ଓ ଦିବ୍ରଗଡ଼ ଜିଲା ବନ୍ୟାପ୍ଳାବିତ ହୋଇଥିବାବେଳେ ୭୧ ଜଣଙ୍କ ଜୀବନ ଯାଇଛି। ଏହାବ୍ୟତୀତ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇ ଅନ୍ୟ ୨୬ ଜଣ ପ୍ରାଣ ହରାଇଛନ୍ତି। ବ୍ରହ୍ମପୁତ୍ର ସମେତ ୭ରୁ ଅଧିକ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ୩,୨୧୮ ଗଁା ପାଣି ଘେରରେ ରହିଥିବାବେଳେ ୧,୩୧,୩୬୮ ହେକ୍ଟର ଜମିରେ ଚାଷ କ୍ଷତିଗ୍ରସ୍ତ ହୋଇଛି। ୨୫ ଜିଲାର ୭୪୮ ରିଲିଫ୍‌ କ୍ୟାମ୍ପ୍‌ରେ ୫୦ ହଜାର ଲୋକ ଆଶ୍ରୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri