Posted inଜାତୀୟ

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣଙ୍କ ପ୍ରାଣହାନି ହେବା ପରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୬୮କୁ ବୃଦ୍ଧି ପାଇଛି। ଏବେ ବି ୫ ଜିଲାରେ ୫.୨୪ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବାବେଳେ ଅନେକ ହଜାର ଲୋକ ରିଲିଫ ଶିବିରରେ ଆଶ୍ରୟ ନେଇଛନ୍ତି।
ଚରାଇଦେଓ, ଗୋଲାଘାଟ, ଯୋରହାଟ, ନଗାଁଓ ଏବଂ ଶିବସାଗର ଜିଲା ଏବେ ବି ବନ୍ୟା ପ୍ଲାବିତ ରହିଛି। ଚରାଇଦେଓରେ ପ୍ରାୟ ୧.୯ ଲକ୍ଷ ଲୋକ ପ୍ରଭାବିତ ହୋଇ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସୂଚନା ଅନୁଯାୟୀ ସରକାର ଏବେ ରିଲିଫ ପରିବର୍ତ୍ତେ ପୁନରୁଦ୍ଧାର ଏବଂ ପୁନର୍ବାସ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ରାସ୍ତାଘାଟ ନଷ୍ଟ ହୋଇଯାଇଥିବା ସ୍ଥାନରେ ହେଲିକପ୍ଟର ଜରିଆରେ ଜରୁରୀ ସାମଗ୍ରୀ ପହଞ୍ଚାଯାଉଥିବା ସେ ପ୍ରକାଶ କରିଛନ୍ତି। ପ୍ରଶାସନ ପକ୍ଷରୁ ଜୋର୍‌ସୋରରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ୪ଟି ଜିଲାରେ ମୋଟ ୩୫୪ଟି ରିଲିଫ ଶିବିର ଏବଂ ରିଲିଫ ବଣ୍ଟନ କେନ୍ଦ୍ର କାର୍ଯ୍ୟ କରୁଛି, ଯେଉଁଠାରେ ବର୍ତ୍ତମାନ ପ୍ରାୟ ୩୭,୭୨୪ ଜଣ ବିସ୍ଥାପିତ ଆଶ୍ରୟ ନେଇଛନ୍ତି। ଉପର ଆସାମର ବିଭିନ୍ନ ଅଞ୍ଚଳରେ ସେନା, ଏନଡିଆର୍‌ଏଫ, ଏସଡିଆର୍‌ଏଫ, ଅଗ୍ନିଶମ ଏବଂ ଆସାମ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।
ରାଜ୍ୟର ୭୬୩ଟି ଗ୍ରାମ ଜଳମଗ୍ନ ହୋଇଥିବାବେଳେ ୪୮,୭୪୨ ହେକ୍ଟରରୁ ଅଧିକ ଚାଷଜମି ନଷ୍ଟ ହୋଇଯାଇଛି। ନୁମାଲିଗଡ଼ ନିକଟରେ ଧନଶିରୀ ନଦୀ ଏବେ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଆଖପାଖ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri