Posted inଜାତୀୟ

ବନ୍ୟା ନେଲାଣି ୧୮ ଜୀବନ, ୮ଲକ୍ଷ ଲୋକ ପ୍ରଭାବିତ

ଗୁଆହାଟୀ,୨୨।୫: ବନ୍ୟା ଯୋଗୁ ଆସାମରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବନ୍ୟାରେ ରବିବାର ଆଉ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ସେହିପରି ବନ୍ୟା ଯୋଗୁ ୩୧ଟି ଜିଲା ପ୍ରଭାବିତ ହୋଇଥିବା ଆସାମ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବର୍ତ୍ତମାନ ବନ୍ୟା ଜଳ କମୁଥିବାରୁ ଲୋକେ ଅଧିକ ପ୍ରଭାବିତ ହେଉଛନ୍ତି ବୋଲି ଆସାମ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ନାଗାଓଁ ଜିଲା ଅଧିକ କ୍ଷତିଗ୍ରସ୍ତ ହୋଇଛି। ବର୍ତ୍ତମାନ ସୁଦ୍ଧା ୮,୩୯,୬୯୧ ପ୍ରଭାବିତ ଲୋକଙ୍କୁ ରିଲିଫ୍‌ କ୍ୟାମ୍ପରେ ରଖାଯାଇଛି ବୋଲି ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି ପକ୍ଷରୁ ଅବଗତ କରାଯାଇଛି।
ପ୍ରଭାବିତ ଅଞ୍ଚଳଗୁଡ଼ିକରେ ଆର୍ମି, ପାରାମିଲିଟାରି, ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ର ପ୍ରଶିକ୍ଷିତ କର୍ମଚାରୀଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। ବନ୍ୟା ଯୋଗୁ ଲମଦିନ ଏବଂ ବଦରପୁର ହିଲ୍‌ ସେକ୍ସନର ବିଭିନ୍ନ ସ୍ଥାନରେ ପାଣି ଜମିବା ଏବଂ ମାଟି ଅତଡ଼ା ଧସିବାରୁ ସମ୍ପୃକ୍ତ ଅଞ୍ଚଳରେ ଟ୍ରେନ ସେବା ବାତିଲ କରାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତିର ଆକଳନ କରି ତୁରନ୍ତ ସହାୟତା ପ୍ରଦାନ କରିବାକୁ ପ୍ରଭାବିତ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri