Posted inଜାତୀୟ

୫୮ ବର୍ଷର ପୁରୁଣା ନିୟମ ଲାଗୁ କଲେ ସରକାର, ଦ୍ୱିତୀୟ ବିବାହ କଲେ ହରାଇବାକୁ ପଡିବ ଚାକିରି

ଗୁଆହାଟୀ,୨୭।୧୦: ଆସାମ ସରକାର ୫୮ ବର୍ଷ ପୂର୍ବେ ଏକ ନିୟମକୁ ତତ୍କାଳୀନ ପ୍ରଭାବ ପକାଇ ସରକାରୀ କର୍ମଚାରୀଙ୍କ ଦ୍ୱିତୀୟ ବିବାହ ଉପରେ ରୋକ ଲଗାଇଛନ୍ତି। ଗୁରୁବାର ତତ୍କାଳୀନ ପ୍ରଭାବରୁଲାଗୁ କରାଯାଇଥିବା ଏହି ନିୟମ ଅନୁଯାୟୀ ଚେତାବନୀ ଦିଆଯାଇଛି କି, ଏହି ନିୟମ ପାଳନ କରୁ ନ ଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ କେବଳ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ନିୟମ ୧୯୬୫ରେ କରାଯାଇଥିଲା। ରାଜ୍ୟ ପର୍ସନାଲ ବିଭାଗର ବିଜ୍ଞପ୍ତିରେ କୁହାଯାଇଛି, ପତ୍ନୀ-ପତି ଜୀବିତ ଥିବାବେଳେ ସରକାରୀ କର୍ମଚାରୀ ଦ୍ୱିତୀୟ ବିବାହ କରିପାରିବେ ନାହିଁ।

କୁହାଯାଇଛି, ରାଜ୍ୟ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ନିର୍ଦ୍ଦେଶରେ ଏହି ଆଦେଶ ତୁରନ୍ତ କାର୍ଯ୍ୟକାରୀ ହୋଇଛି। ସରକାରୀ କର୍ମଚାରୀ ଯେଉଁମାନେ ନିୟମ ପାଳନ କରୁନାହାଁନ୍ତି ସେମାନଙ୍କୁ ମଧ୍ୟ ଚାକିରିରୁ ବରଖାସ୍ତ କରାଯାଇପାରେ ବୋଲି କୁହାଯାଉଛି। ବିଜ୍ଞପ୍ତିରେ କୁହାଯାଇଛି, ଆସାମ ସିଭିଲ ସର୍ଭିସେସ (ଆଚରଣ) ଅଧିନିୟମ, ୧୯୬୫ର ନିୟମ ୨୬ ଅନୁଯାୟୀ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

ନିୟମ ଉଲ୍ଲଂଘନ କରିବା ଉପରେ ଅନୁଶାସନାତ୍ମକ ପ୍ରାଧିକରଣ ସରକାରୀ କର୍ମଚାରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିପାରିବେ। ନିୟମ ଉଲ୍ଲଂଘନ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କ ଉପରେ ଜରିମାନା ଲାଗୁ କରାଯିବ ଏବଂ ତାଙ୍କୁ ବାଧ୍ୟତାମୂଳକ ଅବସରର ମଧ୍ୟ ସାମ୍ନା କରିବାକୁ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri