Posted inଜାତୀୟ

UKGରେ ପଢୁଥିବା ପୁଅର ରେଜଲ୍ଟ ଦେଖି ବାପାଙ୍କୁ ହାର୍ଟଆଟାକ୍, ସ୍କୁଲରେ ଟଳି….

ନୂଆଦିଲ୍ଲୀ,୧୯।୧:  ୟୁକେଜିରେ ପଢୁଥିବା ପୁଅର ମାର୍କସିଟ୍ ଦେଖି ବାପାକୁ ହାର୍ଟଆଟାକ୍ ଆସିଛି । କଥାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସମ୍ପୁର୍ଣ୍ଣ ସତ୍ୟ । ଆସାମରୁ ସାମ୍ନାକୁ ଆସିଛି ଏହି ଘଟଣା । ଖବର ଅନୁସାରେ, ଗତ ଗୁରୁବାର ଦିନ ଦିପଙ୍କର ବଦ୍ରୋଲୋଇ କାମରୁ ଛୁଟି ନେଇ ପୁଅର ସ୍କୁଲକୁ ମିଟିଂ ପାଇଁ ଯାଇଥିଲେ । ତେବେ ସେ ପୁଅର ରେଜଲ୍ଟ ଆଣି ଫେରୁଥିବା ବେଳେ ସ୍କୁଲରେ ହିଁ ଟଳି ପଡିଥିଲେ । ତେବେ ଏହି ଘଟଣା ଜାନୁଆରୀ ୧୫ ତାରିଖର ହୋଇଥିବା ବେଳେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି ।

ସିସିଟିଭି ଫୁଟେଜରେ ଦେଖାଯାଇଛି ଯେ, ବରଦଲୋଇ ଦୋରହାଟର ସୋନାରି ଗ୍ରାମର ବାସିନ୍ଦା ଥିଲେ । ତେବେ ସ୍କୁଲ ଲବିରେ ଚାଲୁଥିବା ଭିଡିଓ କ୍ୟାମେରାରେ କଏଦ ହୋଇଛି । ତେବେ ସେ ଗେଟରୁ ବାହାରିବା ସମୟରେ ସେ କାନ୍ଥକୁ ଧରିବାକୁ ଚେଷ୍ଟା କରିଥିଲେ ହେଁ ଏଥରେ ସଫଳ ହୋଇପାରିନଥିଲେ । ସେ ମୁହଁ ମାଡି ତଳେ ପଡିଯାଇଥିଲେ । ତେବେ ସେଠାରେ ଥିବା ସ୍ଥାନୀୟ ଲୋକେ ତାଙ୍କୁ ଜୋରହଟ ହସ୍ପିଟାଲରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ତେବେ ସ୍କୁଲରେ ଶିକ୍ଷକ, ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ସାମ୍ନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି । ବରଦୋଲୋଇ ଜଣେ ଏକଜିକ୍ୟୁଟିଭ ଇଞ୍ଜିନିୟର ରହିଥିବା ବେଳେ ସେ ଆସାମର ଜଳସେଚନ ବିଭାଗରେ କାର୍ଯ୍ୟରତ ଥିଲେ । ତେବେ ପୂର୍ବରୁ ତାଙ୍କର କୌଣସି ସ୍ବାସ୍ଥ୍ୟଗତ ସମସ୍ୟା ନଥିବା ବେଳେ ସେ ପୁରା ଫିଟ୍ ରହିଥିବା ନେଇ ପରିବାର ପକ୍ଷରୁ କୁହାଯାଇଛି । ଦିନକୁ ଦିନ ଯୁବାବସ୍ଥାରେ ହୃଦଘାଚ ଜନିତ ମୃତ୍ୟୁ ଘଟଣା ବୃଦ୍ଧି ପାଉଥିବା ବେଳେ ଏହା ଏକ ପ୍ରକାର ଚିନ୍ତାର କାରଣ ସାଜିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri