Posted inଜାତୀୟ

ଆସାମ-ମେଘାଳୟ ସୀମାରେ ଫାୟରିଂ ପରେ ବଢିଲା ହିଂସା: ୬ ମୃତ, ଇଣ୍ଟରନେଟ ସେବା ବନ୍ଦ

ଗୁଆହାଟି,୨୨ ।୧୧: ଆସାମ-ମେଘାଳୟ ସୀମାରେ ମଙ୍ଗଳବାର ସକାଳେ ଫାୟରିଂ ପରେ ହିଂସା ପରିସ୍ଥିତି ଉପୁଜିଥିଲା । ଏଥିରେ ଏବେ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୋଲିସ ଏକ ଚୋରାକାଠ ବ୍ୟବସାୟ କରୁଥିବା ଟ୍ରକକୁ ଅଟକାଇବା ପରେ ଏଭଳି ପରିସ୍ଥିତି ଉପୁଜିଥିଲା । ଏଥିରେ ଜଣେ ଫରେଷ୍ଟ ଗାର୍ଡଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଘଟଣା ପରେ ମେଘାଳୟ ସରକାର ଆସନ୍ତା ୪୮ ଘଣ୍ଟା ପାଇଁ ୭ ଜିଲାରେ ମୋବାଇଲ ଇଣ୍ଟରନେଟ ସେବାକୁ ବନ୍ଦ କରି ଦେଇଛନ୍ତି ।

ସୂଚନାଯୋଗ୍ୟ, ଚୋରା କାଠ ଚାଲାଣ ହେଉଥିବା ଟ୍ରକକୁ ମେଘାଳୟ ସୀମାରେ ପଶ୍ଚିମ କାର୍ବି ଆଙ୍ଗଲୋଙ୍ଗ ଜିଲାରେ ମୋଇକ୍ରାଙ୍ଗରେ ଆସାମ ବନ ବିଭାଗର ଟିମ୍ ସକାଳ ପ୍ରାୟ ୩ଟାରେ ଅଟକାଇଥିଲେ । ଟ୍ରକ ଚାଳକ ଖସି ପଳାଇଯିବାକୁ ଚେଷ୍ଟା କରିବା ସମୟରେ ଫରେଷ୍ଟ ଗାର୍ଡ ତାଙ୍କୁ ପିଛା କରିଥିଲେ । ମେଘାଳୟ ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା କହିଛନ୍ତି ଏହି ଘଟଣାରେ ମେଘାଳୟର ୫ ଓ ଆସାମର ଜଣେ ବନ ରକ୍ଷକ ବା ଫରେଷ୍ଟ ଗାର୍ଡଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ମେଘାଳୟ ପୋଲିସ ପକ୍ଷରୁ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri