Posted inଜାତୀୟ

ଆସାମ-ମେଘାଳୟ ସୀମା ଜଗିବେ ସିଆର୍‌ପିଏଫ୍‌ ଯବାନ

ଗୁଆହାଟୀ,୧ା୧୦: ଆସାମ-ମେଘାଳୟ ସୀମାକୁ ନେଇ ବିବାଦ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ଆନ୍ତଃରାଜ୍ୟ ସୀମାରୁ ରାଜ୍ୟ ପୋଲିସଙ୍କୁ ହଟାଇ ସିଆର୍‌ପିଏଫ୍‌ ଯବାନଙ୍କୁ ମୁତୟନ କରିବାକୁ ଉଭୟ ରାଜ୍ୟ ସରାକାର ନିଷ୍ପତ୍ତି ନେଇଛନ୍ତି। ଏପରିକି ବିବାଦ ଥିବା ଅଞ୍ଚଳର ସୀମା ପୁନଃନିର୍ଦ୍ଧାରଣକୁ ମଧ୍ୟ ଦୁଇ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି।

୨୦୨୨ ନଭେମ୍ବରରେ ଘଟିଥିବା ମୁକ୍ରୋହ ହିଂସାକାଣ୍ଡର ତଦନ୍ତ ସିବିଆଇକୁ ଦେବା ପାଇଁ ଉଭୟ ସରକାର ରାଜି ହୋଇଛନ୍ତି। ଉକ୍ତ ହିଂସାରେ ୬ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାର ବିଚାର ବିଭାଗୀୟ ତଦନ୍ତ ଜାରି ରହିଛି। ଗୁଆହାଟୀରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ କେ. ସାଙ୍ଗ୍‌ମାଙ୍କ ମଧ୍ୟରେ ବୈଠକ ବସି ସୀମାନ୍ତର ବିଭିନ୍ନ ସ୍ଥାଗରେ ଘଟିଥିବା ସଂଘର୍ଷ ଏବଂ ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କରେ ଆଲୋଚନା ହେବା ସହ ଉପରୋକ୍ତ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

LPG ସବସିଡି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ କେବଳ ଏମାନେ ପାଇବେ, ଫୋନରେ ପଠାଯାଉଛି…

ନୂଆଦିଲ୍ଲୀ,୧୧।୫: ଘରୋଇ ଏଲପିଜି ସିଲିଣ୍ଡର ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ଅଛି। କେନ୍ଦ୍ର ସରକାର ଏଲପିଜି ଗ୍ରାହକମାନଙ୍କୁ ସବସିଡି ପାଇଁ ଯୋଗ୍ୟତା ସମ୍ପର୍କରେ ଏସଏମଏସ ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri