Posted inଜାତୀୟ

ଭଗବାନଙ୍କ ସୁପର କମ୍ପ୍ୟୁଟର ସ୍ଥିର କରୁଛି କରୋନା ଭାଇରସ ଦ୍ୱାରା କିଏ ସଂକ୍ରମିତ ହେବ କାହାର ମୃତ୍ୟୁ ହେବ: ଆସାମ ମନ୍ତ୍ରୀ

ଗୁଆହାଟି,୨୭ ।୮: ଆସାମର ମନ୍ତ୍ରୀ ଚନ୍ଦ୍ର ମୋହନ ପଟୋୱାରୀଙ୍କ ଜ୍ଞାନ ବୃଦ୍ଧି ହୋଇଛି । ଶୁକ୍ରବାର ସେ ଦାବି କରିଛନ୍ତି କରୋନା ଭାଇରସ ସଂକ୍ରମଣ ଓ ଏହାଦ୍ୱାରା ହେଉଥିବା ମୃତ୍ୟୁ ସବୁ ଈଶ୍ୱରଙ୍କ ଦ୍ୱାରା ତିଆରି ହୋଇଥିବା ସୁପର କମ୍ପ୍ୟୁଟର ସ୍ଥିର କରିଥାଏ । ତେବେ ସେହି ସୁପର କମ୍ପ୍ୟୁଟର ୨ ପ୍ରତିଶତ ମୃତ୍ୟୁ ହାର ସ୍ଥିର କରି କୋଭିଡ-୧୯କୁ ପୃଥିବୀକୁ ପଠାଇବାକୁ ସ୍ଥିର କରିଛି । ସୂଚନାଯୋଗ୍ୟ, ଆସାମର କାମରୁପ ଜିଲାରେ ବୁଧବାର କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ଲୋକଙ୍କ ବିଧବା ପତ୍ନୀଙ୍କୁ ସହାୟତା ରାଶି ପ୍ରଦାନ କରିବା ସମୟରେ ମନ୍ତ୍ରୀ ପଟୱାରି ଏହା କହିଛନ୍ତି । ମଙ୍ଗଳବାର ରାତିରେ ଗୁଆହାଟି ଫୁଟପାଥରେ ସେ ଜଣେ ୯୦ ବର୍ଷର ବୃଦ୍ଧାଙ୍କୁ ଦେଖିବା ପରେ ଏହା କହିଛନ୍ତି । କାରଣ ସେ ମହିଳା ଜଣକ ନା ମାସ୍କ ପିନ୍ଧିଥିଲେ ନା କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ଆଉ କିଛି ଗାଇଡ ଲାଇନ ପାଳନ କରୁଥିଲେ । ତାଙ୍କୁ ଦେଖିବା ପରେ ମନ୍ତ୍ରୀ କହିଥିଲେ ଏଭଳି ଲୋକଙ୍କୁ କେବେ କରୋନା ହେବନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri