Posted inଜାତୀୟ

ଆସାମ-ମିଜୋରମ ବିବାଦକୁ ନେଇ ଶାହାଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୭ ।୭: ଆସାମ ଓ ମିଜୋରାମରେ ସୀମାକୁ ନେଇ ଲାଗିଥିବା ବିବାଦ ହିଂସାର ରୂପ ନେବାକୁ ଯାଉଛି । ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଶାହଙ୍କ ଅପାରଗତା ହିଁ ନାଗରିକଙ୍କ ମନରେ ଘୃଣା ଓ ଅବିଶ୍ୱାସ ଉପୁଜାଇଛି । ଏହାସହ ଏହି ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ରାହୁଲ । ସୂଚନାଯୋଗ୍ୟ, ଆମାସ-ମିଜୋରାମ ସୀମା ବିବାଦ ମଧ୍ୟରେ ଲାୟଲାପୁରରେ ହୋଇଥିବା ହିଂସାରେ ଆସାମ ପୁଲିସର ୬ ଯବାନ ଶହୀଦ ହୋଇଛନ୍ତି । ଏହାସହ ୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ସୂଚନା ରହିଛି । ଏହି ଘଟଣାକୁ ନେଇ ରାହୁଲ ଟୁଇଟ କରି ଶାହଙ୍କ ଉପରେ ବର୍ଷିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?