Posted inଜାତୀୟ

କୋଭିଡ୍‌ ନିୟମ ଭାଙ୍ଗିଲେ ଲାଗିବ ହତ୍ୟା ଉଦ୍ୟମ ଦଫା

ଗୁଆହାଟି, ୧୨ା୫ : ହିମନ୍ତ ବିଶ୍ୱା ଶର୍ମାଙ୍କ ନେତୃତ୍ୱାଧୀନ ଆସାମ ସରକାର ବୁଧବାର କଠୋର ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ବୃଦ୍ଧି ପାଉଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ସହରାଞ୍ଚଳ ଓ ସେମି ସହରାଞ୍ଚଳର ସମସ୍ତ କାର୍ଯ୍ୟାଳୟ, ଧାର୍ମିକ ସ୍ଥଳ ଓ ସପ୍ତାହିକ ହାଟକୁ ୧୫ ଦିନ ପାଇଁ ବନ୍ଦ କରବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବାଦ୍‌ ଅପରାହ୍ନ ୨ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଲୋକଙ୍କ ଚଳାଚଳ ଉପରେ ଲଗାଯାଇଛି ପ୍ରତିବନ୍ଧକ। କୋଭିଡ୍‌ କଟକଣା ନ ମାନିଲେ ବ୍ୟକ୍ତିଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

ସମ୍ପୂର୍ଣ୍ଣ ଲକ୍‌ଡାଉନ ଏକ ବିକଳ୍ପ। ତାହାକୁ ଆମେ ପର୍ଯ୍ୟାୟ କ୍ରମେ କାର୍ଯ୍ୟକାରୀ କରିବୁ। ଆମେ ଆଶା କରୁଛୁ, ଏହି ପଦକ୍ଷେପଗୁଡ଼ିକ ଫଳପ୍ରଦ ହେବ ବୋଲି ଖବରଦାତା ସମ୍ମିଳନୀରେ ମୁଖ୍ୟ ସଚିବ ଜିଷନୁ ବାରୁଆ କହିଛନ୍ତି। ଏହି କଟକଣା ଗୁରୁବାର ଠାରୁ କାର୍ଯ୍ୟକାରୀ ହେବ।

ଯଦି କୌଣସି ଅନୁମତି ପ୍ରାପ୍ତ ଦୋକାନରେ ଲୋକ ଅଧିକ ସଂଖ୍ୟାରେ ଏକତ୍ରିତ ହୁଅନ୍ତି, ତେବେ ପୋଲିସ ଲାଠି ଚାର୍ଜ ଭଳି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଯଦି କୌଣସି ବ୍ୟକ୍ତି ଗୋପନରେ ଘରେ କୌଣସି ପ୍ରକାର ଉତ୍ସବ ଆୟୋଜନ କରନ୍ତି କିମ୍ବା ଲୋକଙ୍କୁ ଆମନ୍ତ୍ରଣ କରନ୍ତି, ତେବେ ଏହାକୁ ଠକାମି ଭାବେ ଗ୍ରହଣ କରାଯିବ। ତାଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ ଓ ହତ୍ୟା ଉଦ୍ୟମ ଦଫାରେ ମାମଲା ରୁଜୁ କରାଯିବ ବୋଲି ଡିଜିପି ଭାସ୍କର ଜ୍ୟୋତି ମହାନ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri