Posted inଜାତୀୟ

ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ହଟାଇଲା ଏହି ରାଜ୍ୟ

ଗୌହାଟୀ,୭।୨: ଦୀର୍ଘ ଦୁଇ ବର୍ଷ ହେଲା କରୋନା ପାଇଁ ବିଭିନ୍ନ କଟକଣା ଲଗାଯାଉଛି। କେତେକ ରାଜ୍ୟରେ କଟକଣା କୋହଳ କରାଯାଇଛି, ଏହାରି ମଧ୍ୟରେ ପ୍ରଥମ ରାଜ୍ୟ ଭାବେ ଆସାମରୁ ଲାଗୁ ହୋଇଥିବା ସମସ୍ତ କରୋନା କଟକଣା ହଟିବାକୁ ଯାଉଛି। ଗତ ଦୁଇ ସପ୍ତାହ ଧରି ସଂକ୍ରମଣ ହାର କମୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଫେବୃଆରୀ ୧୫ ଠାରୁ କୌଣସି ପ୍ରକାରର କର୍ଫ୍ୟୁ କିମ୍ବା କଟକଣା ଲାଗୁ ହେବନି। ଏ ନେଇ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୋମବାର ଘୋଷଣା କରିଛନ୍ତି।
କରୋନା କଟକଣା ହଟିବା ପରେ ମଧ୍ୟ ମାସ୍କ ଏବଂ ସାନିଟାଇଜର ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ସ୍କୁଲ ବୋର୍ଡ ପରୀକ୍ଷା, ପୌରପାଳିକା ନିର୍ବାଚନ , ମଜଉଲି ବିଧାନସଭାର ଉପ ନିର୍ବାଚନ ଓ ଅନ୍ୟ ସମସ୍ତ କାର୍ଯ୍ୟ ଆସନ୍ତା ୨ ମାସ ମଧ୍ୟରେ ଅନୁଷ୍ଠିତ ହେବ। ଏହି ସମୟରେ କୌଣସି ପ୍ରକାରର କଟକଣା ରହିବ ନାହିଁ, ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଡବଲ ଡୋଜ୍‌ ଟକା ନେଇଯିବା ପାଇଁ ସେ କହିଛନ୍ତି।
ମଲ ଓ ସିନେମା ହଲ ଗୁଡିକ ପୂର୍ଣ୍ଣ କ୍ଷମତାରେ ଚାଲିବ। ସେହିପରି ବିବାହକୁ ଅନୁମତି ଦିଆଯାଇଛି କିନ୍ତୁୁ ଏଠାକୁ ଆସୁଥିବା ଅତିଥିମାନେ ଡବଲ ଡୋଜ୍‌ ଟିକା ନେଇଥିବା ଆବଶ୍ୟକ। ଏହାବାଦ୍‌ ଆଉ କୌଣସି କରୋନା କଟକଣା ରାଜ୍ୟରେ ଲାଗୁ ହେବନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri