Posted inଜାତୀୟ

ଶାଶୁ, ସ୍ବାମୀଙ୍କୁ ଖଣ୍ଡ ଖଣ୍ଡ କଲେ ମହିଳା

ଗୁଆହାଟୀ, ୨୧।୨: ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ଶ୍ରଦ୍ଧା ଓ୍ବାଲକର, ନିକ୍କି ଯାଦବ ଓ ମେଘା ହତ୍ୟାକାଣ୍ଡ ପରେ ଆସାମରୁ ଆଉ ଏକ ଚକିତ କଲାଭଳି ଘଟଣା ସାମ୍ନାକୁ ଆସିଛି। ଆସାମର ବନ୍ଦନା କଲିତା(୩୨) ତାଙ୍କ ଶାଶୁ ଏବଂ ସ୍ବାମୀଙ୍କୁ ହତ୍ୟା କରି ଗିରଫ ହୋଇଛନ୍ତି। ଦୁଇ ବନ୍ଧୁ ଦାନ୍ତି ଡେକା ଏବଂ ଅରୂପ ଡେକାଙ୍କ ସହଯୋଗରେ ବନ୍ଦନା ଏହି ଜଘନ୍ୟ କଣ୍ଡ କରିଥିବା ପୋଲିସ କହିଛି। ସ୍ବାମୀ ଅମରଜ୍ୟୋତି ଦେ(୩୫) ଏବଂ ଶାଶୁ ଶଙ୍କରୀ ଦେ(୬୨)ଙ୍କୁ ୭ ମାସ ପୂର୍ବରୁ ତିନି ଅଭିଯୁକ୍ତ ହତ୍ୟା କରିଥିଲେ। ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପରେ ପଚରାଉଚରା କରୁଛି।
ହତ୍ୟାକାଣ୍ଡକୁ ଭିନ୍ନ ରୂପ ଦେବା ଲାଗି ବନ୍ଦନା ନୂନମତି ଥାନାରେ ଗତ ସେପ୍ଟେମ୍ବରେ ଅମରଜ୍ୟୋତି ଓ ଶଙ୍କରୀ ନିଖୋଜ ଥିବା ଅଭିଯୋଗ କରିଥିଲେ। ଶଙ୍କରୀ ନିଖୋଜ ଥବା ସତ୍ତ୍ୱେ ତାଙ୍କ ଏଟିଏମ୍‌ କାର୍ଡ ବ୍ୟବହାର ହେଉଥିବା ତାଙ୍କ ପୁତୁରା ନିର୍ମାଲ୍ୟ ଅଭିଯୋଗ କରିଥିଲେ। ଶଙ୍କରୀ ଓ ଅମରଜ୍ୟୋତିଙ୍କୁ ଅପହରଣ କରାଯାଇଥିବା ସେ ଅଭିଯୋଗରେ ଉଲ୍ଲେଖ କରିଥିଲେ। ଦୁଇଟି ଅଭିଯୋଗକୁ ଭିତ୍ତି କରି ପୋଲିସର ତଦନ୍ତ କରିଥିଲେ ହେଁ କୌଣସି ସଫଳତା ମିଳି ନ ଥିଲା।
ପୋଲିସ ତଦନ୍ତରେ ଅବହେଳା କରୁଥିବା ଫେବୃୟାରୀ ୧୪ରେ ବନ୍ଦନା ଗୁଆହାଟୀ ପୋଲିସ କମିଶନର ଅଫିସରେ ଅଭିଯାଗ କରିଥିଲେ। ଏହାପରେ ପୋଲିସର ସ୍ବତନ୍ତ୍ର ଟିମ୍‌ ଘଟଣା ତଦନ୍ତ ଆରମ୍ଭ କରିଥିଲା। ଏ ନେଇ ପୋଲିସ ବନ୍ଦନା ଓ ନିର୍ମାଲ୍ୟଙ୍କୁ ପଚରାଉଚରା କରିଥିଲା। ଦୁଇଦିନର ଜେରା ପରେ ବନ୍ଦନା ପୋଲିସ ଆଗରେ ସତ ମାନି ଯାଇଥିଲେ।
ବନ୍ଧୁ ଦାନ୍ତି ଡେକାଙ୍କ ସହଯୋଗରେ କଟା ଶରୀରକୁ ମେଘାଳୟ ନେଇ ଫୋପାଡ଼ି ଦେଇଥିଲେ। ହତ୍ୟାର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri