Posted inଖେଳ

ଆସାମ ୨୭-୦ରେ ବିଜୟୀ

ଭୁବନେଶ୍ୱର, ୨୪।୫(କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ୧୩ଶ ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଆସାମ, ପଞ୍ଜାବ ଓ ଚଣ୍ଡିଗଡ଼ ଦଳ ବିଜୟ ହାସଲ କରିଛି। ପ୍ରତିଯୋଗିତାର ୬ଷ୍ଠ ଦିବସ ପ୍ରଥମ ମ୍ୟାଚରେ ଆସାମ ୨୭-୦ ଗୋଲରେ ତ୍ରିପୁରାକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ରୋହିତ ଯାଦବ ଏକାକୀ ୧୦ଟି ଗୋଲ ସ୍କୋର କରିଥିଲେ। ସେ ୧୯ ଓ ୩୮ତମ ମିନିଟରେ ୨ଟି ଲେଖାଏ ଏବଂ ୪, ୬, ୩୪, ୩୭, ୪୬ ଓ ୪୯ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହା ବ୍ୟତୀତ ମହମ୍ମଦ ଇସ୍ତେୟାକ ରାଜା ୭, ୯, ୧୨ ଓ ୬୦ତମ ମିନିଟରେ ୪ଟି, ଅମିତ ଦୟାଲ ୧୬, ୧୭ ଓ ୫୨ତମ ମିନିଟରେ ୩ଟି, ରିତିକ ପଟିର ୫୧ ମିନିଟରେ ଗୋଟିଏ ଓ ୫୯ତମ ମିନିଟରେ ୨ଟି, ଅଧିନାୟକ ନେକ୍‌ ଅଲୀ ୫୧, ୫୭ ଓ ୫୮ତମ ମିନିଟରେ ୩ଟି, ରିତେଶ ଗୁପ୍ତା ୧୧ ଓ ୩୩ ମିନିଟରେ ୨ଟି ଏବଂ ସୋବିତ କାର୍କି ୧୦ ଓ ସୂରଜ ଠାକୁର ୬୦ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଅନ୍ୟ ମ୍ୟାଚରେ ପଞ୍ଜାବ ୨-୦ରେ ଦିଲ୍ଲୀକୁ ଏବଂ ଚଣ୍ଡିଗଡ଼ ୮-୧ ଗୋଲରେ ଅରୁଣାଚଳ ପ୍ରଦେଶକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri