ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ ମେଶିନ -୨୨୦ କୁ ଜବତ କରିବାକୁ ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ ଫାଇନାନ୍ସ କମ୍ପାନୀ ମ୍ୟାନେଜର ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଛଣଗିରି ଗ୍ରାମର ରଞ୍ଜନ କୁମାର ପ୍ରଧାନ ସୋମବାର ଅପରାହ୍ନରେ ଦିଗପହଣ୍ଡି ଥାନା ପୋଲିସ ଟିମ ସହ ଯାଇଥିଲେ। ସେଠାରେ ଉପସ୍ଥିତ ଥିବା କ୍ରସର ୟୁନିଟର କର୍ମଚାରୀ କେ.ନୂଆଗାଁ ଥାନା ସହଦେବ ଟିକରପଡ଼ା ଗ୍ରାମର ଶିବରାମ ଗୌଡ଼, ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମର ନିତ୍ୟାନନ୍ଦ ପାଟ୍ଟଯୋଶୀ ରଞ୍ଜନଙ୍କୁ ଆପତ୍ତିଜନକ ଭାଷାରେ ଗାଳିଗୁଲଜ କରି ମାଡ଼ ମାରିଥିଲେ। ତାଙ୍କ ବେକରୁ ୧୫ ଗ୍ରାମ ଓଜନର ସୁନା ଚେନ୍‌ ଛଡାଇ ନେଇଥିଲେ। ଥାନା ଏଏସଆଇ ଝୁନୁ ମାଝୀ ଓ ଅନ୍ୟ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ କ୍ରସର ୟୁନିଟର ଜଣେ ଟ୍ରଲର ଚାଳକ ରଞ୍ଜନଙ୍କୁ ବନ୍ଧୁକ ଦେଖାଇ ଏଠାରୁ ତୁରନ୍ତ ଚାଲିଯିବାକୁ କହି ହତ୍ୟା ଧମକ ଦେଇଥିଲେ। ପରେ ସେମାନେ ଜବତ କରାଯାଇଥିବା ଟ୍ରଲର ଏବଂ ପୋଲିସ ଗାଡି ସମ୍ମୁଖରେ ଏକ ହାଇୱା ଟ୍ରକ ଓ ଏକ ସ୍କୁଟିକୁ ରଖିଦେଇ ରାସ୍ତା ଅବରୋଧ କରିବା ସହ ଟ୍ରଲର ଗାଡ଼ି ସମେତ ପୋଲିସ ଜିପ ଚକାର ପମ୍ପ ଖୋଲି ଦେଇ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଖବରପାଇ ଥାନା ଆଇଆଇସି କିଶୋର କୁମାର ସାମଲ ସଦଳବଳେ ସେଠାରେ ପହଞ୍ଚି ମ୍ୟାନେଜର ଏବଂ ପୋଲିସ କର୍ମଚାରୀଙ୍କୁ ଉଦ୍ଧାର କରିଥିଲେ। ମ୍ୟାନେଜର ଏନେଇ ଏତଲା ଦେବାପରେ ଆଇଆଇସି ମାମଲା ନଂ.୧୪୭/୨୬ ଭାରତୀୟ ଆଇନ ସଂହିତାର ଧାରା -୧୯୧(୨)/୧୯୧(୩)/୨୯୬/୧୨୬(୨)/୧୧୫(୨)/୧୧୭(୨)/୧୦୯/୩୦୩(୨)/୩୫୧(୨)/୧୯୦ ଅନୁଯାୟୀ ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ଏହି ଘଟଣାରେ ସମ୍ପୃକ୍ତ ଶିବରାମ ଗୌଡ଼ ଏବଂ ନିତ୍ୟାନନ୍ଦ ପାଟ୍ଟଯୋଶୀଙ୍କୁ ରାତି ପ୍ରାୟ ୧୧ଟାରେ ଗିରଫ କରି ମଙ୍ଗଳବାର ଅପରାହ୍ନରେ କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri