ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଘଟଣା; ଠିକ୍‌ ତଦନ୍ତ କରି ସତ ସାମ୍ନାକୁ ଅଣାଯାଉ: ଜୟନ୍ତୀ

ବ୍ରହ୍ମପୁର ଅଫିସ,୬ା୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିକରି ହତ୍ୟା ଘଟଣାରରେ କ୍ରାଇମବ୍ରାଞ୍ଚ ଟିମ୍‌ ତଦନ୍ତ କରି ଗୋପାଳଙ୍କ ଘରୁ ଫେରିଛି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ୱରେ ଆସିଥିବା ଟିମ୍‌ ବିଭିନ୍ନ ଦିଗ ଉପରେ ତଥ୍ୟ ଓ ପ୍ରମାଣ ସଂଗ୍ରହ କରି ଥିଲା। ସେପଟେ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କ ସ୍ତ୍ରୀ ଜୟନ୍ତୀ ଦାସ ପ୍ରତିକ୍ରିୟାରେ କହିଛନ୍ତି, ମୁଁ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିଛି। କାହିଁକି ଓ କିଭଳି ପରିସ୍ଥିତିରେ ଏତେ ବଡ଼ ଘଟଣା ଘଟିଲା ତାହାର ଠିକ୍‌ ତଦନ୍ତ ହେବା ଦରକାର। ନିରପେକ୍ଷ ତଦନ୍ତ କରି ସତ ସାମ୍ନାକୁ ଅଣାଯାଉ ବୋଲି ସେ କହିଛନ୍ତି। କ୍ରାଇମବ୍ରାଞ୍ଚ ଟିମ୍‌ ଘର ଯାଞ୍ଚ କରିବା ସହିତ ସ୍ବାମୀଙ୍କ ମାନସିକ ରୋଗର ଚିକିତ୍ସା ସମ୍ପର୍କିତ କାଗଜପତ୍ର ଓ ବ୍ୟାଙ୍କ ପାସ୍‌ବୁକ ଯାଞ୍ଚ କରିଥିଲେ। କ୍ରାଇମବ୍ରାଞ୍ଚ ଟିମ୍‌ ପ୍ରେସ୍‌କ୍ରିପ୍‌ସନ୍‌ ନେଇଥିବା ବେଳେ ବ୍ୟାଙ୍କ କାଗଜପତ୍ର ମଧ୍ୟ ନେଇଛନ୍ତି। ଘର ଚଳାଇବା ପାଇଁ ମୋର ବ୍ୟାଙ୍କ ଆକାଉଣ୍ଟକୁ ପ୍ରତିମାସରେ ସ୍ବାମୀ ୨୦/୨୫ହଜାର ଟଙ୍କା ଲେଖାଏ ପଠାଉଥିଲେ। ପଞ୍ଚଶୀଳମାର୍ଗ ସ୍ଥିତ ଘର ତିଆରି କରିବା ପାଇଁ ଗତ ୧୨/୧୩ବର୍ଷ ତଳେ ବ୍ୟାଙ୍କରୁ ଋଣ ନିଆଯାଇଥିଲା। ଏହା ବ୍ୟତୀତ ଅନ୍ୟ କୌଣସି ପ୍ରକାର ନେଣଦେଣ ହୋଇ ନାହିଁ ବୋଲି ଜୟନ୍ତୀ ଗଣମାଧ୍ୟମ ଆଗରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri