Posted inଜାତୀୟ

ବିଚାରପତିଙ୍କୁ ହତ୍ୟା, ସିଜେଆଇ ଦେଲେ ଆଶ୍ୱାସନା…

ଧାନବାଦ,୨୯।୭: : ଝାଡ଼ଖଣ୍ଡରେ ଅଟୋ ଧକ୍କା କରି ଅତିରିକ୍ତ ଜିଲା ବିଚାରପତି ଉତ୍ତମ ଆନନ୍ଦଙ୍କ ହତ୍ୟା ଘଟଣାରେ ସୁପ୍ରିମ୍‌କୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରାମନା କହିଛନ୍ତି ଯେ ସେ ଏ ସମ୍ପର୍କରେ ଝାଡ଼ଖଣ୍ଡ ହାଇକୋର୍ଟଙ୍କ ସହ କଥା ହୋଇଛନ୍ତି । ଏହି ମାମଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି। ଉତ୍ତମ ଆନନ୍ଦ ମର୍ନିଂ ଓ୍ବାର୍କ କରିବା ସମୟରେ ପଛପଟୁ ଏକ ଅଟୋ ତାଙ୍କୁ ଧକ୍କା ଦେଇଥିବା ସିସିଟିଭିରୁ ମିଳିଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ତଦନ୍ତ ପରେ ଜଣାପଡ଼ିଛି ଯେ ହତ୍ୟାରେ ବ୍ୟବହୃତ ହୋଇଥିବା ଅଟୋ ଚୋରି ହୋଇଯାଇଛି। ପୂର୍ବରୁ ଏନେଇ ପୋଲିସ ଷ୍ଟେସନରେ ମଧ୍ୟ ଅଭିଯୋଗ କରାଯାଇଥିଲା। ଏହି ମାମଲାରେ ଉତ୍ତମ ଆନନ୍ଦଙ୍କ ପତ୍ନୀ କ୍ରିତି ସିହ୍ନା ଧାନବାଦ ପୋଲିସ ଷ୍ଟେସନରେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଏଫ୍‌ଆଇଆର ଦାଖଲ କରିଛନ୍ତି। ସିସିଟିଭି ଫୁଟେଜରେ ଏହା ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଛି ଯେ ଉତ୍ତମଙ୍କୁ ଜାଣିଶୁଣି ଧକ୍କା ଦିଆଯାଇଛି। ଏହି ପ୍ରସଙ୍ଗରେ ଝାଡଖଣ୍ଡ ହାଇକୋର୍ଟ ପୋଲିସ ବିଭାଗଠାରୁ ରିପୋର୍ଟ ଲୋଡିଛନ୍ତିି। ହତ୍ୟା ଘଟଣାର ତଦନ୍ତ ପାଇଁ ଏସ୍‌ପି ସଞ୍ଜିବ କୁମାର ସିଟି ଏସ୍‌ପି ରାମ କୁମାରଙ୍କ ନେତୃତ୍ୱରେ ଏକ ଏସ୍‌ଆଇଟି ଗଠନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଫୋରେନସିକ ଟିମ ମଧ୍ୟ ଅଟୋ ପରୀକ୍ଷା କରିବା ପରେ ନମୁନା ସଂଗ୍ରହ କରିଛନ୍ତି। ଅଟୋରେ ଫିଙ୍ଗର ପ୍ରିଣ୍ଟ ସହିତ ଅନ୍ୟାନ୍ୟ ପ୍ରମାଣର ଯାଞ୍ଚ କରାଯାଇଛି। ଜବତ ହୋଇଥିବା ଅଟୋ ନମ୍ବର ପ୍ଲେଟରୁ ନମ୍ବର ଲିଭାଇ ଦିଆଯାଇଛି। ଅପରାଧୀ ଜାଣିଶୁଣି ଏଭଳି କରିଥିବା ପୋଲିସ ଟିମ୍‌ ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri