ମାରପିଟ ମାମଲା: ବଦଳିଲେ ଡାକ୍ତର, ଫାର୍ମାସିଷ୍ଟ

ଯାଜପୁରରୋଡ୍‌,୨୨ା୬(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ  ଫାର୍ମାସିଷ୍ଟ ଓ ଡାକ୍ତରଙ୍କ ମଧ୍ୟରେ ହୋଇଥିବା ମାରପିଟ ଘଟଣା ପରେ ଉଭୟଙ୍କୁ ବଦଳି ନିର୍ଦ୍ଦେଶ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାର ତଦନ୍ତ କରି ଦାନ୍ତ ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଚିଠି ନଂ.୪୧୩୯/୨୦/୬/୨୪ରେ ଯାଜପୁର ଜିଲାର ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ବଦଳି କରିଛନ୍ତି। ଡାକ୍ତର ଶୁଭଲକ୍ଷ୍ମୀ ଜଣେ ଶିଶୁର ଦାନ୍ତ ଚିକିତ୍ସା ପାଇଁ ଆନୁସଙ୍ଗିକ ଯନ୍ତ୍ର ପାତି ଥିବା ଡାକ୍ତର ପ୍ରକୋଷ୍ଠକୁ ଯାଇଥିଲେ। ଉକ୍ତ ପ୍ରକୋଷ୍ଠରେ ତାଲା ପଡିଥିବା ଦେଖି ସେ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଅବଗତ କରିଥିଲେ।

ସ୍ବାସ୍ଥ୍ୟ ଅଧିକାରୀ ଡା. ସନ୍ତୋଷ କପୃଷ୍ଟି ଚାବି ଫାର୍ମାସିଷ୍ଟ ପ୍ରଜ୍ଞାପରମିତା ସାହୁଙ୍କ ନିକଟରେ ଥିବା ଏବଂ ତାଙ୍କଠାରୁ ମାଗି ଆଣିବାକୁ କହିଥିଲେ। ଡାକ୍ତର ରଥ ଫାର୍ମାସିଷ୍ଟଙ୍କ ପାଖକୁ ଯାଇ ଚାବି ମାଗିବାରୁ ସେ ଉତକ୍ଷିପ୍ତ ହୋଇ ଡାକ୍ତରଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କ ହାତକୁ ମୋଡି ଦେଇଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ରୋଗୀଙ୍କ ଅଭିଭାବକ ଏହି ଘଟଣାର ଭିଡିଓ ଉତ୍ତୋଳନ କରି ଭାଇରଲ କରିଥିଲେ। ଏ ସମ୍ପର୍କରେ ଉଭୟେ ଯାଜପୁରରୋଡ଼ ଥାନାରେ ପୃଥକ ଅଭିଯୋଗ କରିଥିଲେ। ପୋଲିସ ଉଭୟଙ୍କ ଏତଲାକୁ ଭିତ୍ତିକରି ନଂ.୩୯୭/୨୪ ଓ ୩୯୮/୨୪ରେ ୨ଟି ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିବା ଏସ୍‌ଆଇ ଅନ୍ତର୍ଜାମୀ ଶ୍ରୀଚନ୍ଦନ କହିଛନ୍ତି।

ଏହି ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୁଭାଶିଷ ମହାରଣାଙ୍କୁ ପଚାରିବାରୁ ସେ କହିଛନ୍ତି, ମହିଳା ଡାକ୍ତରଙ୍କ ନାମରେ ପୂର୍ବରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ କାର୍ଯ୍ୟ କ୍ଷେତ୍ରରେ ଅବହେଳା ନେଇ ଅଭିଯୋଗ କରିଥିଲେ। ତେଣୁ ଏହି ଘଟଣା ପରେ ତାଙ୍କର ବଦଳି କରାଯାଇଛି। ଅନ୍ୟପକ୍ଷରେ ସମ୍ପୃକ୍ତ ମହିଳା ଫାର୍ମାସିଷ୍ଟଙ୍କ ମଧ୍ୟ ବଦଳି କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?