୩ ଦିନ ପରେ ବିଧାନସଭା: ବିଧାୟକ ଦଳ ନେତା ବାଛିପାରିନି କଂଗ୍ରେସ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନକୁ ମାତ୍ର ୩ ଦିନ ବାକି ଥିବାବେଳେ ଏ ପର୍ଯ୍ୟନ୍ତ କଂଗ୍ରେସ ତା’ର ବିଧାୟକ ଦଳ ନେତା ଚୟନ କରିପାରିନାହିଁ। ବିଧାୟକ ଦଳ ନେତା କେବେ ହେବେ ଓ କାହାଙ୍କୁ କରାଯିବ, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କ ପାଖରେ ମଧ୍ୟ ଖବର ନାହିଁ। ତେବେ କୌଣସି ସମୟରେ ଦଳ ଏନେଇ ଘୋଷଣା କରିପାରେ ବୋଲି ଶରତ କହିଛନ୍ତି। ମୁଖ୍ୟତଃ ୨ଜଣ ନେତାଙ୍କ ମଧ୍ୟରୁ କାହାକୁ ଏହି ପଦବୀ ମିଳିପାରେ ବୋଲି ଚର୍ଚ୍ଚା ହେଉଛି। ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମଙ୍କ ନାମ ରାଜନୈତିକ ମହଲରୁ ଶୁଣିବାକୁ ମିଳୁଛି। ତେଲଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ପ୍ରଭାରୀ ଅଜୟ କୁମାର ଏକ ଘରୋଇ ହୋଟେଲରେ ବିଧାୟକମାନଙ୍କ ସହ ସାକ୍ଷାତ୍‌ କରି ଜଣ ଜଣ କରି ସମସ୍ତଙ୍କ ମତ ନେଇଥିଲେ। ଏହାପରେ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ କେତେଜଣ ବିଧାୟକ ଯାଇ ନୂଆଦିଲ୍ଲୀଠାରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେଙ୍କୁ ସାକ୍ଷାତ୍‌ କରିଥିଲେ। ଇତିିମଧ୍ୟରେ ବିଧାୟକ ଦଳ ନେତା କାହାକୁ କରାଯିବ, ସେନେଇ ପ୍ରସ୍ତୁତ କରାଯାଇଥିବା ମତାମତ ସମ୍ପର୍କିତ ରିପୋର୍ଟ ଏଆଇସିସି ନିକଟରେ ଦାଖଲ କରାଯାଇଥିବା ଅଜୟ କୁମାର ମଧ୍ୟ କିଛିଦିନ ତଳେ ସୂଚନା ଦେଇସାରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ବିଧାୟକ ଦଳ ନେତା ଘୋଷଣା ନ ହେବା ଦଳ ମଧ୍ୟରେ ବିଶେଷ ଆଲୋଚନାର ବିଷୟବସ୍ତୁ ପାଲଟିଛି। ଏନେଇ ଶରତ କହିଛନ୍ତି, ୨ ବରିଷ୍ଠ ନେତାଙ୍କ ମଧ୍ୟରୁ କାହାକୁ ଏହି ଦାୟିତ୍ୱ ମିଳିପାରେ ବୋଲି ଅନୁମାନ କରାଯାଉଛି। ହେଲେ ଜାତୀୟ ଦଳ ଭାବେ ଏଆଇସିସି କେଉଁ ପ୍ରକାର ନିଷ୍ପତ୍ତି ନେବ ସେକଥା ଏବେଠାରୁ କୁହାଯାଇପାରିବ ନାହିଁ। ତେଣୁ କୌଣସି ସମୟରେ ଏ ନେଇ ଘୋଷଣା ହୋଇପାରେ, ତାହାକୁ ହିଁ ଅପେକ୍ଷା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri