୨୨ରୁ ବିଧାନସଭା ଆରମ୍ଭ

ଭୁବନେଶ୍ୱର,୧ା୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍‌ ଆଗତ ହେବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି। ଅକ୍ଟୋବର ୩ ତାରିଖରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍‌ ଆଗତ ହେବ। ଅଧିବେଶନ ପୂର୍ବରୁ ବିଧାନସଭାରେ ଖାଲିି ପଡ଼ିଥିବା ବାଚସ୍ପତି ପଦବୀ ପାଇଁ ସେପ୍ଟେମ୍ବର ୨୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ବାଚସ୍ପତି ନିର୍ବାଚନ ପାଇଁ ୧୮ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ ହେବ। ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ପଦ ଖାଲିପଡ଼ିଛି। କିଏ ବାଚସ୍ପତି ହେବେ ଓ କେବେ ନିର୍ବାଚନ ହେବ ତାକୁ ନେଇ ଗତ କିଛି ମାସ ଧରି କଳ୍ପନାଜଳ୍ପନା ଜାରି ରହିଥିଲା । ବାଚସ୍ପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଏହାର ଅନ୍ତ ଘଟିଛି।
ଏଠାରେ ସୂଚନାଯୋଗ୍ୟ, ଗତ ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ସେ ଅର୍ଥ ବିଭାଗ ମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହା ପୂର୍ବରୁ ଅର୍ଥ ବିଭାଗ ନିରଞ୍ଜନ ପୂଜାରୀଙ୍କ ହାତରେ ଥିଲା। ନିରଞ୍ଜନ ପୂଜାରୀ ଏବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଦାୟିତ୍ୱରେ ଅଛନ୍ତି। ୨୦୨୨ ଜୁନ୍‌ରେ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବିକ୍ରମ କେଶରୀ ଆରୁଖ ବସିଥିଲେ।
ତେବେ ବାଚସ୍ପତି ପଦବୀ ପାଇଁ ତାରିଖ ଘୋଷଣା ହେବା ପରେ ଏହି ପଦବୀରେ କିଏ ବସିବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ବାଚସ୍ପତି ଦୌଡ଼ରେ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ନୃସିଂହ ଚରଣ ସାହୁ, ଦେବୀ ମିଶ୍ର ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ନାମ ଆଗରେ ରହିଛି । ମୁଖ୍ୟମନ୍ତ୍ରୀ କାହା ମୁଣ୍ଡରେ କଳସ ଢାଳିବେ ତାହା ସେପ୍ଟେମ୍ବର ୧୮ ତାରିଖ ସୁଦ୍ଧା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri