ଭୁବନେଶ୍ବର,୧୭।୨: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି । ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ ବୋଲି ସେ କହିଥିଲେ ।
ରାଜ୍ୟପାଳ କହିଛନ୍ତି, ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି । ରାମେଶ୍ବର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ ମିଳିଛି । ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା । ଭୁବନେଶ୍ବର-ଖୋର୍ଦ୍ଧା-କଟକକୁ ନେଇ ରିଂରୋଡ୍ ନିର୍ମାଣ ହେଉଛି । ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ । ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ।
ସେହିପରି ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ । ଧାନ କ୍ବିଣ୍ଟାଲ ପିଛା ୩୧୦୦ ଟଙ୍କା ଦିଆଯାଉଛି । ଏଥିପାଇଁ ସମୃଦ୍ଧ କୃଷକ ଯୋଜନାରେ ୬ ହଜାର କୋଟି ଟଙ୍କା ବ୍ୟୟ କରାଯିବ । ସିଏମ୍ କିଷାନ ଯୋଜନାରେ ଆୟ ବୃଦ୍ଧି ପାଇଁ ୨୦୨୦ କୋଟି ବ୍ୟୟ । ଫଳରେ ଚାଷୀ ପରିବାରର ମୁଣ୍ଡ ପିଛା ଆୟ ଯଥେଷ୍ଟ ବୃଦ୍ଧି ପାଇଛି ।