ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ। ବିଧାନସଭାର ପ୍ରଥମ ଦିନ ରାଜ୍ୟପାଳ ହରିବାବୁ କମ୍ଭମପାଟି ତାଙ୍କ ଅଭିଭାଷଣ ରଖିବେ। ଏହାପରେ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଉପସ୍ଥାପନ କରିବେ। ତେଣୁ ସବୁ ଦୃଷ୍ଟିରୁ ଦେଖିଲେ ଚଳିତ ଅଧିବେଶନ ଉଭୟ ଶାସକ, ବିରୋଧୀ ଏବଂ ଜନସାଧାରଣଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ତେଣୁ ଗୃହ କିପରି ସୁରୁଖୁରୁରେ ଚାଲିବ ତାକୁ ନେଇ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସର୍ବଦଳୀୟ ବୈଠକରେ ବାଚସ୍ପତି ଉଭୟ ଶାସକ ଏବଂ ବିରୋଧୀ ଦଳର ସହଯୋଗ ଲୋଡ଼ିଛନ୍ତି। ଏହି ଅବସରରେ ଗୃହରେ ପ୍ରଶ୍ନକାଳ, ଶୂନ୍ୟକାଳ ଏବଂ ମୁଲତବୀ ପ୍ରସ୍ତାବ ଉପରେ କିପରି ଆଲୋଚନା ହେବ ସେନେଇ ମଧ୍ୟ ବିସ୍ତୃତ ଆଲୋଚନା ହୋଇଛି। ଏହାସହିତ ଗୃହର କାର୍ଯ୍ୟଦିବସଗୁଡ଼ିକ ମଧ୍ୟ କିଭଳି ଠିକ୍‌ ଭାବେ ଚାଲିବ ସେନେଇ ମଧ୍ୟ ଆଲୋଚନା ହୋଇଛି।
ସୋମବାର ବାଚସ୍ପତିଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବରିଷ୍ଠ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।
ବୈଠକର ଆଲୋଚନା ସମ୍ପର୍କରେ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ବାଚସ୍ପତି ଗୃହ କିପରି ଶାନ୍ତିଶୃଙ୍ଖଳାରେ ଚାଲିବ ସେନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଲେ। ବିରୋଧୀ ଦଳ ଭାବେ ବାଚସ୍ପତିଙ୍କୁ କୁହାଗଲା, ଯଦି ସେ ଶାସକ ଏବଂ ବିରୋଧୀ ଉଭୟଙ୍କ କଥାକୁ ଗୁରୁତ୍ୱ ଦେବେ ତା’ହାଲେ ଗୃହ ଚାଲିବାରେ କିଛି ଅସୁବିଧା ନାହିଁ। ଏହାସହ ବହୁତ ଦିନ ତଳେ ବାଚସ୍ପତିଙ୍କ ପକ୍ଷରୁ କଲିଂ ଆଟେନଶନ୍‌ ମୋଶନ ୨ଟା ଦିଆଯାଉଥିଲା। ଅନେକ ଦିନ ହେବ ଗୋଟିଏ ବନ୍ଦ କରିଦିଆଯାଇଛି। ତେଣୁ ପୂର୍ବଭଳି ୨ଟି କଲିଂ ଆଟେନଶନ୍‌ ମୋଶନ ବାଚସ୍ପତି ଆଣନ୍ତୁ ବୋଲି ଦାବି କରାଯାଇଛି। ଏହା ଉପରେ ନିଷ୍ପତ୍ତି ହୋଇନାହିଁ ବୋଲି ପ୍ରସନ୍ନ କହିଛନ୍ତି।
ସୂଚନାଯୋଗ୍ୟ, ଦୁଇଟି ପର୍ଯ୍ୟାୟରେ ଏଥର ବିଧାନସଭାର ବଜେଟ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ଗୃହରେ ୬ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୨୫ ତାରିଖରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ କୌଣସି କାର୍ଯ୍ୟ ଦିବସ ନାହିଁ। ଦ୍ୱିତୀୟ ପର୍ଯ୍ୟାୟରେ ପୁଣିଥରେ ମାର୍ଚ୍ଚ ୯ରୁ ଆରମ୍ଭ ହୋଇ ଏପ୍ରିଲ ୮ ପର୍ଯ୍ୟନ୍ତ ବିଧାନସଭା କାର୍ଯ୍ୟ ଦିବସ ରହିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନରେ ମୋଟ୍‌ ୨୧ଟି କାର୍ଯ୍ୟଦିବସ ରହିଛି। ମାର୍ଚ୍ଚ ୩୧ରେ ବଜେଟ ବିନିଯୋଗ ବିଲ୍‌ ଗୃହରେ ଆସିବ।
ଚଳିତ ଥର ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ମୋଟ୍‌ ୩.୧୫ ଲକ୍ଷ କୋଟିରୁ ଅଧିକ ଟଙ୍କାର ବଜେଟ ଗୃହରେ ଆଗତ କରିବେ ବୋଲି ଜଣାପଡ଼ିଛି। ଚଳିତ ଥରର ବଜେଟ ଚିଠା ପ୍ରସ୍ତାବକୁ ନିକଟରେ ଅନୁଷ୍ଠିତ ହୋଇଥିବା ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିସାରିଛି। ଆସନ୍ତା ବର୍ଷ ଆରମ୍ଭରୁ ପଞ୍ଚାୟତ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ନୂଆ ଏନ୍‌ଏସି, ମ୍ୟୁନିସିପାଲିଟିରେ ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ତୃଣମୂଳସ୍ତରର ଲୋକଙ୍କ ଦ୍ୱାରା ଗ୍ରହଣୀୟ ହେବାଭଳି ଯୋଜନାକୁ ଦୃଷ୍ଟିରେ ରଖି ବଜେଟ ପ୍ରସ୍ତୁତ ହୋଇଥିବା ଚର୍ଚ୍ଚା ହେଉଛି। ସେହି ଦୃଷ୍ଟିରୁ ଚଳିତ ଅଧିବେଶନ ସରକାରୀ ଦଳ ପାଇଁ ବେଶ୍‌ ଗୁରୁତ୍ୱ କରିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri