ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭହୋଇ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନ ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ୧୦ ଏବଂ ୧୧ ତାରିଖ ଶନିବାର ଓ ରବିବାର ପଡୁଥିବାରୁ କାର୍ଯ୍ୟ ଦିବସ ରଖାଯାଇନାହିଁ। ତେବେ ଏହି ଅଧିବେଶନ ସମୟରେ ରାଜ୍ୟ ସରକାର ୨୦୨୪-୨୫ ମସିହା ପାଇଁ ଅନ୍ତରୀଣ ବଜେଟ ଆଣିବାକୁ ଯାଉଛନ୍ତି। କାର୍ଯ୍ୟ ଦିବସ ଆରମ୍ଭ ଦିନ ରାଜ୍ୟପାଳ ଗୃହରେ ନିଜର ଅଭିଭାଷଣ ରଖିବେ। ଏହାପରେ ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ରଖାଯିବ। ଦ୍ୱିତୀୟ ଦିନ କାର୍ଯ୍ୟଦିବସରେ ମଧ୍ୟ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା। ତୃତୀୟ କାର୍ଯ୍ୟଦିବସରେ ଗୃହରେ ବଜେଟ ଉପସ୍ଥାପନ କରାଯିବ। ବିଧାନସଭା ଆରମ୍ଭହେବା ପୂର୍ବରୁ ରବିବାର ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚନ୍ଦ୍ର ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। ଗୃହକୁ ସୁରୁଖୁରୁରେ ଚଳାଇବା ଲାଗି ବାଚସ୍ପତି ସବୁ ଦଳର ସହଯୋଗ ଲୋଡ଼ିଥିଲେ। ତେବେ ବୈଠକ ଶେଷରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ବିଧାନସଭାରେ ଯେଉଁସବୁ କାର୍ଯ୍ୟଦିବସ ରହିଛି ତାହା କିପରି ଚାଲିବ ସେନେଇ ସର୍ବସମ୍ମତି ପ୍ରକାଶ ପାଇଛି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିଛି। ଦ୍ୱିତୀୟ ଦିନ ପୂର୍ବତନ ରାଜ୍ୟପାଳଙ୍କ ବିୟୋଗ ହୋଇଥିବାରୁ ଶୋକପ୍ରସ୍ତାବ ଆସି ଗୃହ ମୁଲତବୀ ରହିବ। ଏହାପରେ ଯେମିତି ସବୁ କାର୍ଯ୍ୟ ଦିବସ ରହିଛି ହେବା ଲାଗି ସେପରି ହେବ ବୋଲି ସେ କହିଛନ୍ତି। ଅନ୍ୟପଟେ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷାବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବ। ଏନେଇ ଡିଜି ଇନଚାର୍ଜ ଅରୁଣ ଷଡ଼ଙ୍ଗୀ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ଲାଗି ମୋଟ୍‌ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ବିଧାନସଭାଠାରୁ ଆରମ୍ଭକରି ଲୋୟର ପିଏମ୍‌ଜି, ରବୀନ୍ଦ୍ର ମଣ୍ଡପ ଛକ ଓ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଲାଗି ୫ଟି ସ୍ଥାନରେ ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?